ଭୁବନେଶ୍ୱର,୧୪ା୯(ଅନିଲ ଦାସ)ରାଜ୍ୟରେ ୩,୪୫,୦୦୦ ମୃତ ମତଦାତାଙ୍କ ନାମ ଭୋଟର ତାଲିକାରେ ରହିଛି। ବୁଥ୍ସ୍ତରୀୟ ଅଧିକାରୀମାନଙ୍କ ଦ୍ୱାରା ନିକଟରେ ଘରକୁ ଘର ବୁଲି କରାଯାଇଥିବା ସର୍ଭେରୁ ଏହା ଜଣାପଡ଼ିଛି। ସେଗୁଡ଼ିକୁ ତୁରନ୍ତ ଭୋଟର ତାଲିକାରୁ ବାଦ୍ ଦେବା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିତ୍କାରୀ(ସିଇଓ) ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ଜିଲାପାଳମାନଙ୍କୁ ନେଇ ବୁଧବାର ଖାରବେଳ ଭବନରେ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଓଡ଼ିଶା ଗସ୍ତରେ ଆସିଥିବା ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ଡେପୁଟି ନିର୍ବାଚନ କମିଶନର (ସିନିୟର ଡିଇସି) ଧର୍ମେନ୍ଦ୍ର ଶର୍ମା, ସିନିୟର ଡିଇସି ନିତେଶ ବ୍ୟାସ୍ ଏବଂ ଡେପୁଟି ନିର୍ବାଚନ କମିଶନର ମନୋଜ ସାହୁ ବୈଠକରେ ଉପସ୍ଥିତ ରହି ଜିଲାଓ୍ବାରି ଭୋଟର ତାଲିକା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି।ଭୋଟର ନାମ ପଞ୍ଜୀକରଣ ସମୟରେ ଜଣେ ହେଲେ ଯୋଗ୍ୟ ଭୋଟର ଯେପରି ତାଲିକାରୁ ବାଦ୍ ନ ପଡ଼ନ୍ତି, ସେଥିପ୍ରତି ସଜାଗ ରହିବାକୁ ନିର୍ବାଚନ ଆୟୋଗଙ୍କ ଡେପୁଟି କମିଶନର ବୈଠକରେ ଗୁରୁତ୍ୱାରୋପ କରିଛନ୍ତି।ଗୋଟିଏ ନିର୍ବାଚନମଣ୍ଡଳୀରୁ ଅନ୍ୟ ଗୋଟିଏ ନିର୍ବାଚନମଣ୍ଡଳୀକୁ ସ୍ଥାନାନ୍ତର ହେଲେ ଭୋଟରମାନଙ୍କୁ ନିର୍ଦ୍ଧାରିତ ଫର୍ମରେ ଆବେଦନ କରି ବୁଥ୍ସ୍ତରୀୟ ଅଧିକାରୀଙ୍କ ଜରିଆରେ ଦାଖଲ କରିବାକୁ ପଡ଼ିବ। ମତଦାତାମାନେ ନିଜେ ଭୋଟର ହେଲ୍ପଲାଇନ ଆପ୍ କିମ୍ବା ଏନ୍ଭିଏସ୍ପି ପୋର୍ଟାଲରେ ଅନ୍ଲାଇନ ମାଧ୍ୟମରେ ଘରେ ରହି ତାଲିକାରେ ନାମ ଯୋଗ କରିବା, ବାଦ୍ଦେବା, ସ୍ଥାନାନ୍ତର ଏବଂ ତ୍ରୁଟି ସଂଶୋନ କରିପାରିବେ।ଏକ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଉପରେ ସମୀକ୍ଷା ବୈଠକରେ ଗୁରୁତ୍ୱାରୋପ କରାଯାଇଛି।ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ସମସ୍ତ ଯୋଗ୍ୟ ଭୋଟରମାନଙ୍କୁ ଫଟୋ ଭୋଟର ପରିଚୟ ରେଜିଷ୍ଟ୍ରି ଡାକ ଯୋଗେ ଯୋଗାଇ ଦେବା ଉପରେ ଜିଲା ନିର୍ବାଚନ ଅଧିକାରୀମାନେ ବିଶେଷ ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି।ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ବୈଠକରେ ଭୋଟର ତାଲିକା ପ୍ରସ୍ତୁତି, ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଓ ସମ୍ବେଦନଶୀଳ ବୁଥ୍ ଉପରେ ଆଲୋଚନା ହୋଇଛି। ରାଜ୍ୟରେ ଏବେ ଇଭିଏମ୍ ପହଞ୍ଚି ସାରିଥିବା ବେଳେ ୯ ଜିଲା ପାଇଁ ଭିଭିପିଏଟି ପହଞ୍ଚି ସାରିଛି। ଅକ୍ଟୋବରରେ ଇଭିଏମ୍ର ପ୍ରଥମ ପର୍ଯ୍ୟାୟ ଯାଞ୍ଚ କରାଯିବ ବୋଲି ସୂଚନା ମିଳିଛି। ଏହି ସମୀକ୍ଷା ବୈଠକରେ ସମସ୍ତ ଜିଲାପାଳ, ରାଜସ୍ବ କମିଶନର, ନିର୍ବାଚନ ଆୟୋଗଙ୍କ ବରିଷ୍ଠ ଅଧିକାରୀ ରାକେଶ କୁମାର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ସଂଘମିତ୍ରା ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

