ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ ସମୟରେ ପୋଲିସକୁ ଗଞ୍ଜେଇ ନେଇ ବିଶ୍ବସ୍ତ ସୁତ୍ରରୁ ସୂଚନା ମିଳିଥିଲା । ଗଜପତି ଜିଲା ଅଡବା ଥାନା ଅଧୀନ ଶିଆଳି ଲଟି ଗ୍ରାମ ନିକଟସ୍ଥ ଜଙ୍ଗଲ ଅଞ୍ଚଳରେ ଅଡବା ପୋଲିସ ଏକ ସର୍ଚ୍ଚ ଓ ଚଢ଼ାଉ ଅଭିଯାନ ଚଳାଇଥିଲା।

ଚଢ଼ାଉ ସମୟରେ ପୋଲିସ ଜଙ୍ଗଲର ଏକ ପରିତ୍ୟକ୍ତ ସ୍ଥାନରେ ଲୁଚାଇ ରଖାଯାଇଥିବା ୧୫ଟି ପ୍ଲାଷ୍ଟିକ ଜରି ବ୍ୟାଗ ଜବତ କରିଥିଲା। ଉକ୍ତ ବ୍ୟାଗଗୁଡ଼ିକରେ ବହୁ ପରିମାଣର ସନ୍ଦିଗ୍ଧ ଗଞ୍ଜେଇ ରହିଥିଲା, ଯାହାକୁ ଅଜଣା ବ୍ୟକ୍ତିମାନେ ପରିବହନ ପାଇଁ ପ୍ରସ୍ତୁତ କରି ଲୁଚାଇ ରଖିଥିବା ପୋଲିସ ଅନୁମାନ କରୁଛି ।
ଏହି ଚଢ଼ାଉ ଉପ-ନିରୀକ୍ଷକ ( ଏସ ଆଇ ) ସୌମ୍ୟରଞ୍ଜନ ବରାଳଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଦ୍ୱାରା ପରିଚାଳିତ ହୋଇଥିଲା। ତହସିଲଦାର-କମ୍-କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍ ଚକ୍ରଧର ପାଢ଼ୀ ଓଜନ ଓ ଜବତ ପ୍ରକ୍ରିୟା ସମୟରେ ଉପସ୍ଥିତ ରହିଥିଲେ। ଘଟଣାସ୍ଥଳଟି ନିଛାଟିଆ ଅଞ୍ଚଳ ହୋଇଥିବାରୁ କୌଣସି ସ୍ୱାଧୀନ ସାଧାରଣ ସାକ୍ଷୀ ଉପଲବ୍ଧ ନଥିଲେ। ତେଣୁ ଆଇନଗତ ପ୍ରକ୍ରିୟାରେ ପୋଲିସ କର୍ମଚାରୀମାନଙ୍କୁ ସାକ୍ଷୀ ଭାବେ ସାମିଲ କରାଯାଇଥିଲା।

ଜବତ ହୋଇଥିବା ସମସ୍ତ ୧୫ଟି ବ୍ୟାଗର ଯାଞ୍ଚ ଓ ଓଜନ ପରେ ଗଞ୍ଜେଇର ମୋଟ ଓଜନ ୩୭୫ କିଲୋଗ୍ରାମ ବୋଲି ଜଣାପଡ଼ିଥିଲା । ଯାହାକି ୩୮ ଲକ୍ଷ ଟଙ୍କା ହେବ ବୋଲି ଥାନା ପକ୍ଷରୁ ସୂଚନା ମିଳିଛି ।
ଏହି ଘଟଣାରେ ଅଡବା ଥାନା ମାମଲା ନଂ. ୧୯୦/୨୬ ଅନୁଯାୟୀ ଅଜଣା ଅଭିଯୁକ୍ତମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି ଏବଂ ତଦନ୍ତ ଚାଲୁ ରହିଥିବା ଥାନା ଅଧିକାରୀ ସନ୍ତୋଷ କୁମାର ବିଶୋୟୀ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?