ଭୁବନେଶ୍ୱର,୧୬।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଗ୍ରାମାଞ୍ଚଳ ଉଠୁଛି ପଡୁଛି। ପ୍ରାର୍ଥୀମାନେ ଘର ଘର ବୁଲି ମତଦାତାଙ୍କୁ ମନାଇବାରେ ଲାଗିଛନ୍ତି। ଦଳୀୟ ନେତା, କର୍ମୀମାନେ ନିଜ ଦଳର ସମର୍ଥତ୍ତ ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ସମସ୍ତ ପ୍ରକାର ରଣକୌଶଳ ଆପଣାଇଛନ୍ତି। ଟଙ୍କା ପଇସା, ଭୋଜିଭାତ ସାଙ୍ଗକୁ ମଦ ପାଣିରେ ଗାଁଗଣ୍ଡା ଭାସୁଛି। ଯୁବ ମତଦାତାଙ୍କୁ ଆକୃଷ୍ଟ କରିବା ଲାଗି ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକ ମଦ ଦେବାକୁ ପଛାଉ ନାହାନ୍ତି। ଫଳରେ ଗ୍ରାମାଞ୍ଚଳରେ ମଦ କାରବାର ବହୁ ପରିମାଣରେ ବଢ଼ିଯାଇଛି। ନିର୍ବାଚନ ଆଚରଣବିଧି ଲାଗୁହେବା ପରଠାରୁ ଗଁାଗଣ୍ଡାରେ ଟଙ୍କା ପଇସା ଉଡୁଛି। ମଦବେପାରୀମାନେ ସହର ଅପେକ୍ଷା ଗଁା ଉପରେ ଅଧିକ ଫୋକସ କରୁଛନ୍ତି। ଚୋରାମଦ କାରବାର ବହୁମାତ୍ରାରେ ବଢ଼ିଯାଇଛି। ଅସାଧୁ ବ୍ୟବସାୟୀମାନେ ନିଜର ବେପାର ଲକ୍ଷ୍ୟ ହାସଲ କରିବାକୁ ଗଁାରେ ଡେରା ପକାଇଛନ୍ତି। ଗାଁଗଣ୍ଡାରେ ଥିବା ବିଭିନ୍ନ ଦୋକାନରେ ଚୋରାରେ ମଦ ବିକ୍ରି କରାଯାଉଛି। ନିର୍ବାଚନ ଋତୁ ଚାଲିଥିବାରୁ ପ୍ରାର୍ଥୀମାନେ ଚୋରାମଦ କିଣି ଯୋଗାଇବାକୁ ଏକ ସହଜ ଉପାୟ ଧରି ନେଇଛନ୍ତି। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ମୁତାବକ ଜାନୁୟାରୀ ୧୯ରୁ ଏ ପର୍ଯ୍ୟନ୍ତ ପୋଲିସ ଓ ଅବକାରୀ ବିଭାଗ ଚଢ଼ାଉ କରି ପଞ୍ଚାୟତଗୁଡ଼ିକରୁ ୩୮୩୩୪୩.୨୬୨ ଲିଟର ମଦ ଜବତ କରିଛନ୍ତି। ବାଲେଶ୍ୱର ଜିଲାରେ ସର୍ବାଧିକ ୨୧୪୫୪୪.୬୫୫ ଲିଟର ମଦ ଜବତ ହୋଇଥିବା ବେଳେ ଗଞ୍ଜାମ ଜିଲାରେ ୨୫,୭୩୫ ଲିଟର, ଯାଜପୁର ୧୩,୩୫୮ ଲିଟର, କଳାହାଣ୍ଡି ୧୯,୩୪୨.୪୪ ଲିଟର, ମୟୂରଭଞ୍ଜ ୧୨,୩୨୦.୬୯୮ ଲିଟର, ମାଲକାନଗିରି ୨,୦୨୦.୪୩୫ ଲିଟର, ରାୟଗଡ଼ା ୪,୩୧୧.୧୨୫ ଲିଟର, ସୁନ୍ଦରଗଡ଼ରେ ୩୨୨୯.୫୨୫ ଲିଟର ମଦ ଜବତ କରାଯାଇଛି। ସେହିପରି ବିଭିନ୍ନ ଜିଲାରୁ ୧୭୯୪.୮୩ ଗ୍ରାମ୍ ଡ୍ରଗ୍ସ ଜବତ କରାଯାଇଛି। ୪୩,୦୯୪ ଜଣଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି।
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…
Archives

