Posted inଜାତୀୟ

୩.୯୭ ଲକ୍ଷ ନିଖୋଜ ପିଲା ଫେରିଛନ୍ତି ନିଜ ପରିବାର ପାଖକୁ: ସ୍ମୃତି ଇରାନୀ…

ନୂଆଦିଲ୍ଲୀ,୨୩।୯ : ନିଖୋଜ ପିଲାଙ୍କ ପ୍ରସଙ୍ଗରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ଏକ ବିବୃତ୍ତି ଦେଇଛନ୍ତି। ୨୦୧୫ ମସିହାରୁ ନିଖୋଜ ଥିବା ୪.୪୬ ଲକ୍ଷ ପିଲାଙ୍କ ମଧ୍ୟରୁ ଅଧିକାଂଶ ସେମାନଙ୍କ ପରିବାର ସହିତ ମିଳିତ ହୋଇଛନ୍ତି ବୋଲି ସେ ଶନିବାର କହିଛନ୍ତି।

୨୦୧୫ ରେ ଆରମ୍ଭ ହୋଇଥିବା ମନ୍ତ୍ରଣାଳୟର ଖୋୟା ପାୟା ପୋର୍ଟାଲ ମାଧ୍ୟମରେ ତାଙ୍କୁ ଚିହ୍ନଟ କରାଯାଇଥିଲା ବୋଲି ଜାତୀୟ ବାର୍ଷିକ ହିତାଧିକାରୀ ପରାମର୍ଶର ଉଦଘାଟନୀ ଅଧିବେଶନରେ କ୍ୟାବିନେଟ ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି।

ସେ କହିଛନ୍ତି ୪.୪୬ ଲକ୍ଷ ନିଖୋଜ ପିଲାଙ୍କ ମଧ୍ୟରୁ ୩.୯୭ ଲକ୍ଷ ପିଲାଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି।

ଶିଶୁ ପୋଷ୍ୟ  ଗ୍ରହଣ ପ୍ରସଙ୍ଗରେ ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି ୨୦୨୧ ମସିହାରେ ଜୁଭେନାଇଲ ଜଷ୍ଟିସ ଆକ୍ଟରେ ସଂଶୋଧନ ହେବା ପରେ କୋର୍ଟ ପରିବର୍ତ୍ତେ ଜିଲା ମାଜିଷ୍ଟ୍ରେଟଙ୍କ ମାଧ୍ୟମରେ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା କରାଯାଉଛି। ପ୍ରାୟ ୨,୬୦୦ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରାଯାଇଛି ।

ମନ୍ତ୍ରୀ ଇରାନୀ କହିଛନ୍ତି ଶିଶୁ କଲ୍ୟାଣ ପାଇଁ ସରକାରଙ୍କ ବଜେଟ ଆବଣ୍ଟନ ୨୦୦୯-୧୦ ରେ ୬୦ କୋଟିରୁ ଗତ ବର୍ଷ ୧୪,୧୭୨ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ୨୦୧୪ ପରଠାରୁ, ଆମେ ଶିଶୁ ଯତ୍ନ ପ୍ରତିଷ୍ଠାନ ମାଧ୍ୟମରେ ସାତ ଲକ୍ଷରୁ ଅଧିକ ପିଲାଙ୍କୁ ସହାୟତା ପ୍ରଦାନ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri