ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ ଗୋଟିଏ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ବେରବାଡ଼ିର ସଞ୍ଜୟ ମଲ୍ଲିକ (୨୫) । ଏଥିସହ ଅନ୍ୟ ଦୁଇଟି ଦୁର୍ଘଟଣାରେ ଆଉ ଦୁଇଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଶିଶୁ ଥିବା ବେଳେ ଆଉ ଜଣେ ବ୍ୟାଙ୍କ କର୍ମଚାରୀ ଥିବା ଜଣାପଡିଛି।

ପ୍ରଥମ ଦୁର୍ଘଟଣାଟି ଲେମ୍ଭେଇ ଛକ ନିକଟରେ ଗତକାଲି ରାତିରେ ଘଟିଛି । ସଞ୍ଜୟ ଗତକାଲି ବିଳମ୍ବିତ ରାତିରେ ତାରସିଂ ଆଡୁ ନିଜ ଗ୍ରାମ ଅଭିମୁଖେ ଆସୁଥିଲେ। ଏହି ସମୟରେ ସେ ନିଜ ବାଇକରୁ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛ ସହ ଧକ୍କା ହୋଇଯାଇଥିଲେ । ଫଳରେ ଘଟଣା ସ୍ଥଳରେ ସେ ମୃତ୍ୟୁବରଣ କରିଥିଲେ। ପୋଲିସ ରବିବାର ଶବକୁ ଜବତ କରି ବ୍ୟବଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଥିଲା ।

ଦ୍ବିତୀୟ ଦୁର୍ଘଟଣା କୁଲାଡରେ ଘଟିଛି। ଏକ ବୋଲର ଗାଡ଼ି ଜଣେ ଶିଶୁଙ୍କୁ ଧକ୍କା ଲଗାଇ ଫେରାର ହୋଇଯାଉଥିଲା। ପୋଲିସ ଗାଡ଼ିକୁ ଜବତ କରିବାରେ ସକ୍ଷମ ହୋଇଛି। ଆହତ ଶିଶୁଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ଚିକିତ୍ସା ପାଇଁ ପଠାଯାଇଛି ।

ତୃତୀୟ ଦୁର୍ଘଟଣା ଭଞ୍ଜନଗର କଲେଜ ପଡ଼ିଆ ମୁଖ୍ୟ ଫାଟକ ନିକଟରେ ଘଟିଛି । ଏକ ଟ୍ରାକ୍ଟର ଗାଡ଼ି ଧକ୍କାରେ ଏକ ଘରୋଇ ବ୍ୟାଙ୍କର କର୍ମଚାରୀ ଗୁରୁତର ଭାବେ ଆହତ ହୋଇଛନ୍ତି । ତାଙ୍କୁ ମଧ୍ୟ ଅଧିକ ଚିକିତ୍ସା ପାଇଁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଦ୍ରୁତ ଗାଡ଼ି ଚାଳନା ଯୋଗୁଁ ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ବୃଦ୍ଧି ପାଉଥିବା ଜଣାପଡିଛି । ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହୋଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?