ଚୋରି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ୩ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି/ଚିକିଟି୩୦ା୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ରହ୍ମା ନଗର ସନ୍ତୋଷ କୁମାର ପଣ୍ଡାଙ୍କ ଘରୁ ଗତ ୭ ତାରିଖ ବିଳମ୍ବିତ ରାତିରେ ଚୋରି ଯାଇଥିବା ଘଟଣାର ପର୍ଦ୍ଦାଫାଶ କରିଛି କେ.ନୂଆଗାଁ ଥାନା ପୋଲିସ। ବୁଧବାର ଏହି ଚୋରି ଘଟଣାରେ ସମ୍ପୃକ୍ତ କେ.ନୂଆଗାଁ ଥାନା ଭୋଳାସିଙ୍ଗି ଗ୍ରାମର ଲକି ଓରଫ ଲକ୍ଷ୍ମୀକାନ୍ତ ସାହୁ, ବି.ବିକାଶ ରାଓ ଏବଂ ସତ୍ୟବାନ ସାହୁଙ୍କୁ ଥାନା ମାମଲା ନଂ.୩୦୪/୨୪ ଅନୁଯାୟୀ ପାତ୍ରପୁର କୋର୍ଟକୁ ଚାଲାଣ କରାଯାଇଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ସମସ୍ତ ଅଭିଯୁକ୍ତ ଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଥିବା ଆଇଆଇସି କିଶୋର କୁମାର ସାମଲ ଜଣାଇଛନ୍ତି।ଘଟଣାଦିନ ରାତିରେ ପୂର୍ବ ଯୋଜନା ପ୍ରକାରେ ଅଭିଯୁକ୍ତମାନେ ସନ୍ତୋଷଙ୍କ ଘରେ ପଶି ସୁନା ଅଳଙ୍କାର ଏବଂ ଟଙ୍କା ଚୋରି କରି ନେଇଥିଲେ। ଘଟଣାର ପରଦିନ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ସହାୟତାରେ ପୋଲିସ ତଦନ୍ତ ଚଳାଇବା ସହ ମୋକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଏହି ଚୋରି ଘଟଣାରେ ସମ୍ପୃକ୍ତ ଥିବା ଭୋଳାସିଙ୍ଗି ଗ୍ରାମର ଲକି ଓରଫ ଲକ୍ଷ୍ମୀକାନ୍ତ ସାହୁଙ୍କୁ ତଦନ୍ତକାରୀ ଅଧିକାରୀ ଚିକିଟି ଫାଣ୍ଡି ଏସ୍‌.ଆଇ ରଞ୍ଜିତ କୁମାର ମହାପାତ୍ର ଗିରଫ କରି ତାଙ୍କ ନିକଟରୁ ଏକ ସୁନା ମଙ୍ଗଳସୂତ୍ର , ସୁନାହାର,୨ଟି କାନଫୁଲ, ମୁଦି,୨ ଟି ରୁପା ପାଉଁଜି,୪୦ ହଜାର ଟଙ୍କା ଏବଂ ଚୋରି ଯାଇଥିବା ସନ୍ତୋଷଙ୍କ ଆଧାରକାର୍ଡ ଜବତ କରିଥିଲେ। ଅଭିଯୁକ୍ତ ଲକିଙ୍କ ସୂଚନା କ୍ରମେ ଚୋରି ଘଟଣାରେ ସମ୍ପୃକ୍ତ ବିକାଶ ଏବଂ ସତ୍ୟବାନଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟତମ ଅଭିଯୁକ୍ତ ଗୋଳନ୍ଥରା ଥାନା ସୁନାପୁର ଗ୍ରାମର ବିଜୁ ଓରଫ ମନୋଜ ବେହେରା ଫେରାର ଥିବା ଜଣାପଡ଼ିଛି। ଘଟଣାଦିନ ଚୋରି କରିବା ପରେ ଅଭିଯୁକ୍ତ ଲକି ସମସ୍ତ ସୁନା ଗହଣା ଏବଂ ଟଙ୍କା ନିଜ ପାଖରେ ରଖିଥିଲେ। ପରେ ସେ ଆନ୍ଧ୍ର ପ୍ରଦେଶ ଇଚ୍ଛାପୁରର ଜଣେ ଗହଣା ବ୍ୟବସାୟୀଙ୍କୁ କିଛି ଗହଣା ବିକ୍ରି କରି ତାଙ୍କ ନିକଟରୁ ୧ ଲକ୍ଷ ୧୩ ହଜାର ୬୫ ଟଙ୍କା ଆଣିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?