୧୦ କେଜି ଗଞ୍ଜେଇ ସହ ଧରାପଡ଼ିଲେ ୩ ଅଭିଯୁକ୍ତ

ପାଇକମାଳ,୧।୬(ଡି.ଏନ.ଏ.): ବରବଡ଼ ଜିଲା ପଦ୍ମପୁର ଉପଖଣ୍ଡର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ଚଢ଼ାଉ କରି ୧୦ କେଜି ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଅବକାରୀ ଗିରଫ କରିଛି।

ବରଗଡ଼ ଅବକାରୀ ଅଧିକ୍ଷକ ଶୋଭନ ନାୟକଙ୍କ ନିର୍ଦ୍ଦେଶ କ୍ରମେ ପଦ୍ମପୁର ଇନ୍ସପେକ୍ଟର ଓ ଅବକାରୀ ଥାନା ସବ୍‌ ଇନ୍ସପେକ୍ଟର ସିଦ୍ଧାନ୍ତ ପାତ୍ରଙ୍କ ନେତୃତ୍ୱରେ ପାଇକମାଳ ନିକଟରେ ଥିବା ସାଲେପଲି ଗ୍ରାମର ବୃନ୍ଦାବନ ନାୟକଙ୍କ ଘରେ ଚଢ଼ାଉ କରି ୮ କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ କରାଯିବା ସହ ତାଙ୍କୁ ଗିରଫ କରାଯାଇଛି।

ସେହିପରି ବରଗଡ଼ ମୋବାଇଲ ୟୁନିଟରେ ଚଢ଼ାଉ କରି ସାଲେପଲି ଗ୍ରାମରୁ ତାରାଚାନ୍ଦ ସାହୁ ଓ ଦୁର୍ଯୋଧନ ସେଠଙ୍କ ନିକଟରୁ ୨ କେଜି ଗଞ୍ଜେଇ ସହିତ ଚୋରା ଚାଲାଣରେ ବ୍ୟବହାର କରାଯାଉଥିବା ଏକ ବାଇକ୍‌ (ନଂ.ଓଡି୧୭ଜେଡ-୬୯୮୪ ) ଜବତ କରାଯାଇଛି । ଗିରଫ ୩ ଅଭିଯୁକ୍ତଙ୍କ ବିରୋଧରେ ଦୁଇଟି ଭିନ୍ନ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ସବ୍‌ଇନ୍ସପେକ୍ଟର ପାତ୍ର ସୂଚନା ଦେଇଛନ୍ତି । ତେବେ ବିଭିନ୍ନ ନିଶା କାରବାରରେ ଲିପ୍ତ ଥିବା ଅଭିଯୁକ୍ତଙ୍କୁ ଅବକାରୀ ବିଭାଗ ତଥା ପୋଲିସ ଗିରଫ କରି କୋର୍ଟଚାଲାଣ କରାଯାଉଥିଲେ ମଧ୍ୟ ସେମାନେ ଅଳ୍ପ ଦିନରେ ଜେଲରୁ ବାହାରି ପୁଣି ନିଶା କାରବାରରେ ସମ୍ପୃକ୍ତ ରହୁଥିବା ଅଭିଯୋଗ ହୋଇଛି। ଏନେଇ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?