୩ ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମି ଜବରଦଖଲ

ଡେରାବିଶ,୧୧ା୪ (ସ୍ବ.ପ୍ର.): ଡେରାବିଶ ତହସିଲ ଅଧୀନ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମରେ ସର୍ବସାଧାରଣଙ୍କ ପାଇଁ ଉଦ୍ଧିଷ୍ଟ ଥିବା ଗୋଚର, ଅନାବାଦୀ, ଜଙ୍ଗଲ କିସମ ଜମିକୁ ଜଣେ ବ୍ୟକ୍ତି ଜବରଦଖଲ କରିବା ପ୍ରତିବାଦରେ ସୋମବାର ଡେରାବିଶ ତହସିଲଦାରଙ୍କ ନିକଟରେ ସମ୍ପୃକ୍ତ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏପରିକି ଏହି ସରକାରୀ ଜମିରେ ଥିବା ଏକ ନାଳକୁ ମଧ୍ୟ ପୋତି ଦିଆଯାଇଥିବାରୁ ସମ୍ପୃକ୍ତ ପଞ୍ଚାୟତର ୮ଟି ରାଜସ୍ବ ଗ୍ରାମର ଚାଷୀମାନେ ବହୁ ପରିମାଣରେ କ୍ଷତିଗ୍ରସ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ତହସିଲଦାରଙ୍କୁ ଦିଆଯାଇଥିବା ଅଭିଯୋଗରେ ପାଟକୁରା ଥାନା ବନ୍ଧକଟା ଗ୍ରାମର ଜଣେ ବ୍ୟକ୍ତି ଜୋର ଜବରଦସ୍ତ ସର୍ବସାଧାରଣଙ୍କ ପାଇଁ ଉଦ୍ଧିଷ୍ଟ ଥିବା ଗୋଚର, ଜଙ୍ଗଲ, ଅନାବାଦୀ ସମେତ ପାଣି ନାଳ ପ୍ରାୟ ୩ ଏକରରୁ ଊର୍ଦ୍ଧ୍ୱ ଜମି ଜବରଦଖଲ କରିଛନ୍ତି। ଏହାର ପ୍ରତିବାଦ କଲେ ସମ୍ପୃକ୍ତ ବ୍ୟକ୍ତି ଜଣକ କେତେଜଣ ବ୍ୟକ୍ତିଙ୍କୁ ଗ୍ରାମ ମଧ୍ୟକୁ ଆଣି ଗ୍ରାମବାସୀଙ୍କୁ ଭୟଭୀତ କରାଉଛନ୍ତି। ତେବେ ଏହି ସ୍ଥାନରୁ ସମ୍ପୃକ୍ତ ଜବରଦଖଲକାରୀଙ୍କୁ ଉଚ୍ଛେଦ କରିବା ପାଇଁ ବାରିମୂଳ ସମିତିସଭ୍ୟ ତଥା ବ୍ଲକର ପୂର୍ବତନ ଅଧ୍ୟକ୍ଷ ସରୋଜକାନ୍ତ ସାହୁ, ପୂର୍ବତନ ସରପଞ୍ଚ ଶୁଦ୍ଧଦେବ ବେହେରାଙ୍କ ନେତୃତ୍ୱରେ ବହୁ ସଂଖ୍ୟାରେ ଗ୍ରାମବାସୀ ତହସିଲଦାରଙ୍କୁ ଭେଟି ଏକ ଲିଖିତ ଅଭିଯୋଗ ପ୍ରଦାନ କରିଛନ୍ତି। ତେବେ ତହସିଲଦାର ଅକ୍ଷୟ ପରିଡ଼ା ମଙ୍ଗଳବାର ଘଟଣାସ୍ଥଳକୁ ଯାଇ ସମସ୍ତ ଅନୁସନ୍ଧାାନ କରିବା ପରେ ଯାହା କିଛି ପଦକ୍ଷେପ ନେବେ ବୋଲି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ତହସିଲଦାରଙ୍କୁ ଭେଟିଥିବା ଗ୍ରାମବାସୀ ହେଲେ ଯଶୋବନ୍ତ ଜେନା, ପଞ୍ଚୁ ମଳିକ, ନରେନ୍ଦ୍ର ଦାସ, ନୃସିଂହ ମଳିକ, ନିରଞ୍ଜନ ମଳିକ, ସମୀରକାନ୍ତ ପଣ୍ଡା, ବାସୁଦେବ ପଣ୍ଡା, ସତ୍ୟବ୍ରତ ଦାସ ପ୍ରମୁଖ।


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?