୩ ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମି ଜବରଦଖଲ

ଡେରାବିଶ,୧୧ା୪ (ସ୍ବ.ପ୍ର.): ଡେରାବିଶ ତହସିଲ ଅଧୀନ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମରେ ସର୍ବସାଧାରଣଙ୍କ ପାଇଁ ଉଦ୍ଧିଷ୍ଟ ଥିବା ଗୋଚର, ଅନାବାଦୀ, ଜଙ୍ଗଲ କିସମ ଜମିକୁ ଜଣେ ବ୍ୟକ୍ତି ଜବରଦଖଲ କରିବା ପ୍ରତିବାଦରେ ସୋମବାର ଡେରାବିଶ ତହସିଲଦାରଙ୍କ ନିକଟରେ ସମ୍ପୃକ୍ତ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏପରିକି ଏହି ସରକାରୀ ଜମିରେ ଥିବା ଏକ ନାଳକୁ ମଧ୍ୟ ପୋତି ଦିଆଯାଇଥିବାରୁ ସମ୍ପୃକ୍ତ ପଞ୍ଚାୟତର ୮ଟି ରାଜସ୍ବ ଗ୍ରାମର ଚାଷୀମାନେ ବହୁ ପରିମାଣରେ କ୍ଷତିଗ୍ରସ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ତହସିଲଦାରଙ୍କୁ ଦିଆଯାଇଥିବା ଅଭିଯୋଗରେ ପାଟକୁରା ଥାନା ବନ୍ଧକଟା ଗ୍ରାମର ଜଣେ ବ୍ୟକ୍ତି ଜୋର ଜବରଦସ୍ତ ସର୍ବସାଧାରଣଙ୍କ ପାଇଁ ଉଦ୍ଧିଷ୍ଟ ଥିବା ଗୋଚର, ଜଙ୍ଗଲ, ଅନାବାଦୀ ସମେତ ପାଣି ନାଳ ପ୍ରାୟ ୩ ଏକରରୁ ଊର୍ଦ୍ଧ୍ୱ ଜମି ଜବରଦଖଲ କରିଛନ୍ତି। ଏହାର ପ୍ରତିବାଦ କଲେ ସମ୍ପୃକ୍ତ ବ୍ୟକ୍ତି ଜଣକ କେତେଜଣ ବ୍ୟକ୍ତିଙ୍କୁ ଗ୍ରାମ ମଧ୍ୟକୁ ଆଣି ଗ୍ରାମବାସୀଙ୍କୁ ଭୟଭୀତ କରାଉଛନ୍ତି। ତେବେ ଏହି ସ୍ଥାନରୁ ସମ୍ପୃକ୍ତ ଜବରଦଖଲକାରୀଙ୍କୁ ଉଚ୍ଛେଦ କରିବା ପାଇଁ ବାରିମୂଳ ସମିତିସଭ୍ୟ ତଥା ବ୍ଲକର ପୂର୍ବତନ ଅଧ୍ୟକ୍ଷ ସରୋଜକାନ୍ତ ସାହୁ, ପୂର୍ବତନ ସରପଞ୍ଚ ଶୁଦ୍ଧଦେବ ବେହେରାଙ୍କ ନେତୃତ୍ୱରେ ବହୁ ସଂଖ୍ୟାରେ ଗ୍ରାମବାସୀ ତହସିଲଦାରଙ୍କୁ ଭେଟି ଏକ ଲିଖିତ ଅଭିଯୋଗ ପ୍ରଦାନ କରିଛନ୍ତି। ତେବେ ତହସିଲଦାର ଅକ୍ଷୟ ପରିଡ଼ା ମଙ୍ଗଳବାର ଘଟଣାସ୍ଥଳକୁ ଯାଇ ସମସ୍ତ ଅନୁସନ୍ଧାାନ କରିବା ପରେ ଯାହା କିଛି ପଦକ୍ଷେପ ନେବେ ବୋଲି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ତହସିଲଦାରଙ୍କୁ ଭେଟିଥିବା ଗ୍ରାମବାସୀ ହେଲେ ଯଶୋବନ୍ତ ଜେନା, ପଞ୍ଚୁ ମଳିକ, ନରେନ୍ଦ୍ର ଦାସ, ନୃସିଂହ ମଳିକ, ନିରଞ୍ଜନ ମଳିକ, ସମୀରକାନ୍ତ ପଣ୍ଡା, ବାସୁଦେବ ପଣ୍ଡା, ସତ୍ୟବ୍ରତ ଦାସ ପ୍ରମୁଖ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri