ଆଜି ସରିବ ଯୁକ୍ତ ୩ ନାମଲେଖା ଆବେଦନ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଗୁରୁବାର ଶେଷ ହେବ। ରାତି ୧୧ଟା ୪୫ ଭିତରେ ଛାତ୍ରୀଛାତ୍ର ଆବେଦନ କରିପାରିବେ। ପୂର୍ବରୁ ପ୍ରଥମେ ନାମଲେଖା ଆବେଦନ ସମୟସୀମା ଅଗଷ୍ଟ ୨୫ ପର୍ଯ୍ୟନ୍ତ ରହିଥିଲା। କିନ୍ତୁ ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦେଖି ଏହାର ଅବଧି ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ସେହିପରି ନାମଲେଖା ପ୍ରକ୍ରିୟାରେ ମଧ୍ୟ ପରିବର୍ତ୍ତନ କରାଯାଇଥିଲା। ସେହି ଅନୁସାରେ, ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ବା ମେଧା ତାଲିକା ଆସନ୍ତା ୭ ତାରିଖ ଅପରାହ୍ନ ୨ଟାରେ ପ୍ରକାଶ ପାଇବ ଓ ନାମଲେଖା ସେହିଦିନ ଅପରାହ୍ନ ୨ଟାରୁ ୧୧ ତାରିଖ ଅପରାହ୍ନ ୫ଟା ଯାଏ ଚାଲିବ। ରବିବାର ମଧ୍ୟ ନାମଲେଖା ହେବ। ଏହାପରେ ୧୬ ତାରିଖ ଅପରାହ୍ନ ୨ଟାରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ୧୬ ତାରିଖ ଅପରାହ୍ନ ୨ଟାରୁ ୧୯ ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ଏଥିରେ ମଧ୍ୟ ରବିବାର ନାମଲେଖା ହେବ। ୨୮ତାରିଖ ଅପରାହ୍ନ ୨ଟାରେ ସ୍ପଟ୍‌ ମେଧା ତାଲିକା ପ୍ରକାଶ ପାଇବ। ୨୮ତାରିଖ ଅପରାହ୍ନ ୨ଟାରୁ ଅକ୍ଟୋବର ୧ ସନ୍ଧ୍ୟା ମଧ୍ୟରେ ସ୍ପଟ ନାମଲେଖା ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri