ସାଢେ ୩ କୋଟିଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୭୫ ତମ ସ୍ବାଧୀନତା ଦିବସ ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ୯୬ ଲକ୍ଷ ପରିବାର, ସାଢ଼େ ୩ କୋଟି ଲୋକଙ୍କୁ ଏହି ସ୍ମାର୍ଟ କାର୍ଡ ମିଳିବ। ସମଗ୍ର ରାଜ୍ୟରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ପ୍ରଦାନ କରାଯିବ। ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ହୋଇଛି। ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତ୍ୟୋଦୟ ହିତାଧିକାରୀଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ। ଏଥିରେ ପ୍ରତ୍ୟେକ ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତିବର୍ଷ ଉପଲବ୍ଧ ହେବ। ଓଡ଼ିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍ପିଟାଲଗୁଡ଼ିକରେ ଏହି କାର୍ଡ ଜରିଆରେ ଚିକିତ୍ସା ସୁବିଧା ମିଳିପାରିବ।
ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏହି ଐତିହାସିକ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ”ସାରା ଓଡ଼ିଶା ମୋ ପରିବାର। ମୋ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ୍‌। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି, ସୁନା ବିକିବା ଓ ପିଲାଙ୍କ ପାଠପଢ଼ା ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ। ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଯୁବ ଗୋଷ୍ଠୀଙ୍କ ପାଇଁ ନିବେଶ ଅର୍ଥ ଭବିଷ୍ୟତ ଲାଗି ନିବେଶ I“ ୪୧ ବର୍ଷର ବ୍ୟବଧାନ ପରେ ଭାରତୀୟ ହକି ଟୋକିଓ ଅଲିମ୍ପିକ୍ସରେ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଆମ ଖେଳାଳିମାନଙ୍କ ପାଇଁ ସାରା ଦେଶ ଗର୍ବିତ ବୋଲି କହିଛନ୍ତି। ଭାରତୀୟ ହକି ଦଳକୁ ବିଶ୍ବର ଶ୍ରେଷ୍ଠ ଦଳ ଭାବରେ ଗଢ଼ିତୋଳିବା ପାଇଁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହଛନ୍ତି, ୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ ୧୦୭୨ ସ୍କୁଲର ରୂପାନ୍ତର କରାଯାଇଛି। ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରୀଛାତ୍ର ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।
କୋଭିଡ୍‌-୧୯ ମହାମାରୀକୁ ବିଶ୍ବ ଇତିହାସର ସବୁଠାରୁ ବଡ଼ ସ୍ବାସ୍ଥ୍ୟ ସମସ୍ୟା ଭାବରେ ବର୍ଣ୍ଣନା କରି ଏହାର ମୁକାବିଲାରେ ମାନବ ଜାତି ନିଶ୍ଚୟ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। କୋଭିଡ୍‌ ସମୟରେ ଦେଶର ୧୭ଟି ରାଜ୍ୟକୁ ୨ମାସ ଧରି ମେଡିକାଲ ଅକ୍ସିଜେନ୍‌ ନିରନ୍ତର ଭାବରେ ଯୋଗାଇ ଓଡ଼ିଶା ବହୁ ମୂଲ୍ୟବାନ୍‌ ଜୀବନ ବଞ୍ଚାଇପାରିଛି। ଏହା ଓଡ଼ିଶା ପାଇଁ ଗର୍ବର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାର ଗୌରବମୟ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ଆଜି ଓଡ଼ିଶା ବିଭିନ୍ନ କ୍ଷେତ୍ରରେ ବିକାଶର ନୂଆ ନୂଆ ମାଇଲଷ୍ଟୋନ ହାସଲ କରୁଛି। ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଗାମୀ ଦିନରେ ତା’ର ପରିଚୟକୁ ଆହୁରି ଉଜ୍ଜ୍ୱଳ କରିପାରିବ ବୋଲି ଦୃଢ଼ ଆଶାପୋଷଣ କରିଛନ୍ତି।
ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ଅବସରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ରମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଯବାନ ଏବଂ କରୋନା ଲଢ଼େଇରେ ଶହୀଦ ହୋଇଥିବା କୋଭିଡ୍‌ ଯୋଦ୍ଧାଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା, ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଉପ ମହାନିର୍ଦ୍ଦେଶକ କମୋଡର ସୋମେନ୍‌ ବାନାର୍ଜୀ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ଜଣାଇଥିଲେ। ଉନ୍ନୟନ କମିଶନର ପ୍ରଦୀପ ଜେନା, ରାଜ୍ୟ ପ୍ରଶାସନର ବରିଷ୍ଠ ପଦାଧିକାରୀବୃନ୍ଦ, ୩୦ ଜଣ କୋଭିଡ୍‌ ଯୋଦ୍ଧାଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍‌, ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ବିଷ୍ଣୁପଦ ସେଠୀ, ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଏବଂ ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?