ସାଢେ ୩ କୋଟିଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୭୫ ତମ ସ୍ବାଧୀନତା ଦିବସ ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କ ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ୯୬ ଲକ୍ଷ ପରିବାର, ସାଢ଼େ ୩ କୋଟି ଲୋକଙ୍କୁ ଏହି ସ୍ମାର୍ଟ କାର୍ଡ ମିଳିବ। ସମଗ୍ର ରାଜ୍ୟରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ପ୍ରଦାନ କରାଯିବ। ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ହୋଇଛି। ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତ୍ୟୋଦୟ ହିତାଧିକାରୀଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ। ଏଥିରେ ପ୍ରତ୍ୟେକ ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତିବର୍ଷ ଉପଲବ୍ଧ ହେବ। ଓଡ଼ିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍ପିଟାଲଗୁଡ଼ିକରେ ଏହି କାର୍ଡ ଜରିଆରେ ଚିକିତ୍ସା ସୁବିଧା ମିଳିପାରିବ।
ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏହି ଐତିହାସିକ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ”ସାରା ଓଡ଼ିଶା ମୋ ପରିବାର। ମୋ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ୍‌। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି, ସୁନା ବିକିବା ଓ ପିଲାଙ୍କ ପାଠପଢ଼ା ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ। ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଯୁବ ଗୋଷ୍ଠୀଙ୍କ ପାଇଁ ନିବେଶ ଅର୍ଥ ଭବିଷ୍ୟତ ଲାଗି ନିବେଶ I“ ୪୧ ବର୍ଷର ବ୍ୟବଧାନ ପରେ ଭାରତୀୟ ହକି ଟୋକିଓ ଅଲିମ୍ପିକ୍ସରେ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଆମ ଖେଳାଳିମାନଙ୍କ ପାଇଁ ସାରା ଦେଶ ଗର୍ବିତ ବୋଲି କହିଛନ୍ତି। ଭାରତୀୟ ହକି ଦଳକୁ ବିଶ୍ବର ଶ୍ରେଷ୍ଠ ଦଳ ଭାବରେ ଗଢ଼ିତୋଳିବା ପାଇଁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।
ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହଛନ୍ତି, ୫-ଟି ଉପକ୍ରମରେ ପ୍ରଥମ ପର୍ଯ୍ୟାୟରେ ୧୦୭୨ ସ୍କୁଲର ରୂପାନ୍ତର କରାଯାଇଛି। ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରୀଛାତ୍ର ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।
କୋଭିଡ୍‌-୧୯ ମହାମାରୀକୁ ବିଶ୍ବ ଇତିହାସର ସବୁଠାରୁ ବଡ଼ ସ୍ବାସ୍ଥ୍ୟ ସମସ୍ୟା ଭାବରେ ବର୍ଣ୍ଣନା କରି ଏହାର ମୁକାବିଲାରେ ମାନବ ଜାତି ନିଶ୍ଚୟ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। କୋଭିଡ୍‌ ସମୟରେ ଦେଶର ୧୭ଟି ରାଜ୍ୟକୁ ୨ମାସ ଧରି ମେଡିକାଲ ଅକ୍ସିଜେନ୍‌ ନିରନ୍ତର ଭାବରେ ଯୋଗାଇ ଓଡ଼ିଶା ବହୁ ମୂଲ୍ୟବାନ୍‌ ଜୀବନ ବଞ୍ଚାଇପାରିଛି। ଏହା ଓଡ଼ିଶା ପାଇଁ ଗର୍ବର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାର ଗୌରବମୟ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ଆଜି ଓଡ଼ିଶା ବିଭିନ୍ନ କ୍ଷେତ୍ରରେ ବିକାଶର ନୂଆ ନୂଆ ମାଇଲଷ୍ଟୋନ ହାସଲ କରୁଛି। ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଗାମୀ ଦିନରେ ତା’ର ପରିଚୟକୁ ଆହୁରି ଉଜ୍ଜ୍ୱଳ କରିପାରିବ ବୋଲି ଦୃଢ଼ ଆଶାପୋଷଣ କରିଛନ୍ତି।
ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ଅବସରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ରମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଯବାନ ଏବଂ କରୋନା ଲଢ଼େଇରେ ଶହୀଦ ହୋଇଥିବା କୋଭିଡ୍‌ ଯୋଦ୍ଧାଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା, ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଉପ ମହାନିର୍ଦ୍ଦେଶକ କମୋଡର ସୋମେନ୍‌ ବାନାର୍ଜୀ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ଜଣାଇଥିଲେ। ଉନ୍ନୟନ କମିଶନର ପ୍ରଦୀପ ଜେନା, ରାଜ୍ୟ ପ୍ରଶାସନର ବରିଷ୍ଠ ପଦାଧିକାରୀବୃନ୍ଦ, ୩୦ ଜଣ କୋଭିଡ୍‌ ଯୋଦ୍ଧାଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍‌, ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ବିଷ୍ଣୁପଦ ସେଠୀ, ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଏବଂ ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri