ବରଗଡ଼ରେ ୩ ଅଙ୍ଗନଓ୍ବାଡ଼ି କର୍ମୀ, ଜଣେ ଆଶାକର୍ମୀଙ୍କ ସମେତ ୧୦ କରୋନା ଆକ୍ରାନ୍ତ

ବରଗଡ଼ ଅଫିସ,୨୯ା୬: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବରଗଡ଼ ବ୍ଲକ କଟାପାଲି ଗ୍ରାମର। ସେମାନଙ୍କ ମଧ୍ୟରେ ୩ ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ଜଣେ ଆଶାକର୍ମୀ ରହିଛନ୍ତି। ଆକ୍ରାନ୍ତମାନଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ନୂଆ ଆକ୍ରାନ୍ତ ଚିହ୍ନଟ ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୭ରେ ପହଞ୍ଚିଛି । ତେବେ କଟାପାଲିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଘଟଣା ଏଠାରେ ଚିନ୍ତା ବଢ଼ାଇ ଦେଇଛି । ଗତ ୧୬ ତାରିଖରେ ଏହି ଗ୍ରାମରେ ଜଣେ ୭୬ ବର୍ଷୀୟ ବୃଦ୍ଧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ କେବଳ କଟାପାଲି ଗ୍ରାମରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୪୧ରେ ପହଞ୍ଚିଛି। ତେବେ ଗତ ୧୬ ତାରିଖରୁ କଟାପାଲିକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri