ହତ୍ୟାକାରୀଙ୍କ ସମେତ ୩ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୬ା୯: ଠିକାଦାର ପୂର୍ଣ୍ଣଚନ୍ଦ୍ର ନାହାକ ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ସଦର ଥାନା ପୋଲିସ ଗୁରୁବାର କାବୁ କରିଛି। ସେମାନଙ୍କ ମଧ୍ୟରେ ଜଣେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ବେଳେ ଅନ୍ୟ ଦୁଇଜଣ ବାପା- ପୁଅ ଏହାର ଷଡଯନ୍ତ୍ରକାରୀ ବୋଲି ପୋଲିସ ସ୍ପଷ୍ଟ କରିଛି। ପୂର୍ବ ଶତୃତା ଓ ପୁଞ୍ଜିଭୂତ ଅଶାନ୍ତିରୁ ପୂର୍ଣ୍ଣଚନ୍ଦ୍ରଙ୍କୁ ସଂଘବଦ୍ଧ ଭାବେ ଭୀମ ବେହେରା ଓ ତାଙ୍କର ଅନ୍ୟ ୩ ସହଯୋଗୀ ବିଭତ୍ସ ଭାବେ ହତ୍ୟା କରିଥିବା ପୋଲିସ ସ୍ପଷ୍ଟ କରିଛି। ଏଥିରେ ୩ ଜଣ ଷଡଯନ୍ତ୍ରକାରୀ ଥିବା ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଏହି ହତ୍ୟାକାଣ୍ଡରେ ୭ଜଣଙ୍କ ସମ୍ପୃକ୍ତି ଥିବା ପୋଲିସ ସ୍ପଷ୍ଟ କରିଛି। ଗିରଫ ୩ ଅଭିଯୁକ୍ତଙ୍କ ମଧ୍ୟରେ ରହିଛନ୍ତି ହତ୍ୟାକାରୀ ରିଶିପୁର ଗ୍ରାମର ଭୀମ ବେହେରା ଓ ଅନ୍ୟ ଦୁଇଜଣ ଷଡଯନ୍ତ୍ରକାରୀ ହେଲେ ରିଶିପୁର ଗ୍ରାମର କୃଷ୍ଣ ବେହେରା (୫୦) ଓ ତାଙ୍କ ପୁଅ ସାଗର (୨୬)। ମାମଲା ନମ୍ବର ୪୨୨/୨୨ ରେ ୩ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ଏନେଇ ପୋଲିସ ମୁଖ୍ୟାଳୟରୁ ଜାରି ହୋଇଥିବା ଏକ ପ୍ରେସ୍‌ନୋଟରେ ବ୍ରହ୍ମପୁର ଏସ୍‌ପି ଡ. ଶ୍ରବଣା ବିବେକ ଏମ. ସୂଚନା ଦେଇଛନ୍ତି। ଫେରାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି।
ପ୍ରକାଶଯେ, ପୁଟୁଷୋତ୍ତମପୁର ଥାନା ଅନ୍ତର୍ଗତ ରିଶିପୁର ଗ୍ରାମରେ ରହୁଥିବା ପୂର୍ଣ୍ଣଚନ୍ଦ୍ର ନାହାକଙ୍କ ସହ ଭୀମ ବେହେରା ଗୋଷ୍ଠୀ ମଧ୍ୟରେ ପୂର୍ବରୁ ଏକ ମାମଲାକୁ ନେଇ ଅଶାନ୍ତି ଲାଗି ରହିଥିଲା। ଗତ ୧୩ ତାରିଖରେ ପୂର୍ଣ୍ଣଚନ୍ଦ୍ର ବ୍ରହ୍ମପୁର ପୋକ୍‌ସୋ କୋର୍ଟକୁ ଆସୁଥିଲେ। ଭୀମ ମଧ୍ୟ ଉକ୍ତ କୋର୍ଟକୁ ଆସିବାର ଥିଲା। ଏକଥା ଭୀମ ଜାଣିବା ପରେ ତାଙ୍କ ୩ ଜଣ ସହଯୋଗୀଙ୍କ ସହ ସେମାନେ ଗ୍ରାମରୁ ପୂର୍ଣ୍ଣଚନ୍ଦ୍ରଙ୍କୁ ପିଛା କରିଥିଲେ। ଗୋଲା ଚଣ୍ଡୀପଦର- ରେଗିଡି ଛକରେ ଥିବା ଏକ ନିଛାଟିଆ ସ୍ଥାନରେ ଭୀମ ଓ ତାଙ୍କ ସହଯୋଗୀମାନେ ପୂର୍ଣ୍ଣଙ୍କ ଗାଡି ଅଟକାଇ ଥିଲେ। ପରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଅପରାଧୀମାନେ ଚାରିପଟୁ ଘେରିଯାଇ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri