ଜଙ୍ଗଲ କାଟି ୩ କୋର୍ଟ ଚାଲାଣ

କୋକସରା,୨ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବନାଞ୍ଚଳ ଆମପାଣି ସେକ୍ସନ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ବେଆଇନ ଜଙ୍ଗଲ କାଟିବା ଅଭିଯୋଗରେ ଶନିବାର ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଆମପାଣି ବନ ବିଭାଗ।

ସୂଚନାନୁଯାୟୀ, ଆମପାଣି ସେକ୍ସନ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଥିବା ଗିର୍ଲିମାଲ ଗ୍ରାମର ସେତୁ ହନ୍ତାଳ(୪୮), ସୋନିଆ ପାଙ୍ଗି(୪୬) ଓ କାନ୍ଦୁ ସାନ୍ତା (୩୧) ଅନାଧିକୃତ ବେଆଇନ ଭାବେ ଜଙ୍ଗଲ ମଧ୍ୟରେ ପ୍ରାୟ ୬.୬ ଏକର ଜଙ୍ଗଲ କାଟି ଦେଇଥିଲେ। ଏନେଇ ଆମପାଣି ବନ ବିଭାଗ ଫରେଷ୍ଟର ମନୀଷା ପଟ୍ଟନାୟକ ସଦଳବଳ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?