କେନିଆରେ ଚାକିରି, ମାସକୁ ମିଳିବ ମୋଟା ଅଙ୍କର ଦରମା, ଏଭଳି ଅଫର୍‌ ଦେଇ କରୁଥିଲେ ଠକେଇ, ହେଲେ ଗିରଫ

ବ୍ରହ୍ମପୁର,୧୯।୨(ସୁବାସ ଚନ୍ଦ୍ର ପାଢ଼ୀ): କେନିଆରେ ମୋଟା ଅଙ୍କର ଦରମାରେ ମିଳିବ ଚାକିରି। ଏନେଇ କମ୍ପାନୀର ନିଯୁକ୍ତିପତ୍ର ମଧ୍ୟ ଯୋଗାଇ ଦେଉଥିଲେ। ପାସ୍‌ପୋର୍ଟ କରିବାକୁ ହେଲେ ନେଉଥିଲେ ଜଣକ ପିଛା ୨୫ରୁ ୪୦ ହଜାର ଟଙ୍କା, ଭିଜା ପାଇଁ ୪୮ ହଜାର ୫୦୦ ଟଙ୍କା। କିନ୍ତୁ ଯେଉଁ ଭିଜା ଦେଉଥିଲେ ତାହା ନିଯୁକ୍ତି ପାଇଁ ନୁହେଁ, ପର୍ଯ୍ୟଟକ ପାଇଁ ଉଦ୍ଦିଷ୍ଟ ଥିଲା। ଏଭଳି ଏକ ଠକାମି ଅଭିଯୋଗରେ ଗୋଶାଣିନୂଆଗାଁ ଥାନା ପୋଲିସ ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗୋଳନ୍ଥରା ଥାନା କୁଠାରସିଂ ଗାଁର ମୂଳ ବାସିନ୍ଦା ସିଏଚ୍‌.ମୋହନ ରେଡ୍ଡୀ(୪୮), ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲ୍ଲମ ଜିଲା କାସିଗୁ ଥାନା ଅଞ୍ଚଳର ପି.ସୀମାଞ୍ଚଳମ୍‌(୪୦) ଏବଂ ଶ୍ରୀକାକୁଲ୍ଲମ ଜିଲା କାସିବୁଗା ଥାନା ଅଞ୍ଚଳର ଟି.ଦୀଲେଶ୍ବର ରାଓ(୩୫)। ଏନେଇ ପୋଲିସ ଏକ ମାମଲା(ନଂ.୩୪/୨୪) ରୁଜୁ କରି ୩ଜଣଙ୍କୁ ଗିରଫ କରାଯାଇଥିବା ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ବ୍ରହ୍ମପୁର ଏସ୍‌ପି ଡା.ସର୍ବଣା ବିବେକ ଏମ୍‌ ଏହି ସୂଚନା ଦେଇଛନ୍ତି।

ପୋଲିସ ଗିରଫ ଅଭିଯୁକ୍ତଙ୍କଠାରୁ ୯୨ଟି ପାସପୋର୍ଟ, କେନିଆ ସରକାରଙ୍କ ଦ୍ବାରା ପ୍ରଣିତ ୨୦ଟି ଟୁରିଷ୍ଟ ଭିସା, କେତେକ ଆବେଦନକାରୀଙ୍କ ଫର୍ମ ଏବଂ ଆର୍ଥିକ କାରବାରର ସ୍କ୍ରିନସଟ ପୋଲିସ ଜବତ କରିଛି। ଏପରିକି ଅଭିଯୁକ୍ତମାନେ ଦେଇଥିବା କମ୍ପାନୀ ଅଫରଲେଟର୍‌ର ସତ୍ୟାସତ୍ୟକୁ ନେଇ ପୋଲିସ ଯାଞ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri