ମାଷ୍ଟରମାଇଣ୍ଡ ଯୁବତୀଙ୍କ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୫ା୪: ବ୍ରହ୍ମପୁର ବଡବଜାର ଥାନା ଶ୍ରୀକ୍ଷେତ୍ରବିହାର ରାସ୍ତାରେ ଗତ ୨୭ ତାରିଖରେ ପି.ରାଜେଶ ରାଓଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ ହୋଇଥିଲା। ବଡବଜାର ପୋଲିସ ତଦନ୍ତ କରି ଏଥିରେ ସଂପୃକ୍ତ ଥିବା ଜଣେ ଯୁବତୀ ସମେତ ୩ଜଣଙ୍କୁ ଗିରଫ କରିଛି। ଯୁବତୀ ଜଣଙ୍କ ଏହି ମାମଲାର ମାଷ୍ଟରମାଇଣ୍ଡ ବୋଲି ପୋଲିସ କହିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡବଜାର ଥାନା ଅନ୍ତର୍ଗତ ସଂଖାରି ସାହି ନିକଟ ଚାଇନା ବଜାରର ପିଙ୍କି ପାତ୍ର, ସଦର ଥାନା ଅନ୍ତର୍ଗତ ସୁକୁଣ୍ଡା ମଶାଣିପଦାର ଅଜିତ କୁମାର ନାୟକ ଓରଫ ଅଜୁ ଓ ବଡବଜାର ଥାନା ପାଣ୍ଡବନଗର ବୀରେନ ବିଷୋୟୀ। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ପି. ରାଜେଶଙ୍କୁ ହତ୍ୟା କରିବା ପାଇଁ ଯୁବତୀ ଜଣଙ୍କ ଯୋଜନା କରିଥିଲେ। ପରେ ସେ ସହଯୋଗୀ ଅଜିତ ଓ ବୀରେନ ସହାୟତାରେ ଏହି କାଣ୍ଡ ଘଟାଇଥିଲା ବୋଲି ଏସ୍‌ପି ଏକ ପ୍ରେସ୍‌ନୋଟରେ ସୂଚନା ଦେଇଛନ୍ତି। ମାମଲା ନମ୍ବର ୯୩/୨୩ରେ ଗିରଫ ଅଭିଯୁକ୍ତଙ୍କୁ ମଙ୍ଗଳବାର ପୋଲିସ କୋର୍ଟ ଚାଲାଣ କରିଛି। ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଉକ୍ତ ମାମଲାର ତଦନ୍ତ ଜାରି ରହିଛି ବୋଲି ପୋଲିସ କହିଛି। ଅନ୍ୟପଟେ ଗୁରୁତର ଆହତ ହୋଇଥିବା ରାଜେଶ ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri