ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା ଘଷିପୁରା ଥାନାରେ ହୋଇଥିବାବେଳେ ଅନ୍ୟଟିି ନନ୍ଦିପଦା ଥାନାରେ ହୋଇଛି । ଏନେଇ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଆନନ୍ଦପୁର ଏସଡିପିଓ ପ୍ରଶାନ୍ତ କୁମାର ବେହେରା ସୂଚନା ଦେଇଛନ୍ତି । ଗିରଫ ଅଭିଯୁକ୍ତ ହେଲେ ଘଷିପୁରା ଥାନା ଖଡିବିଲି ଗାଁର ହରିହର ଜେନା , ଘଷିପୁରା ଗାଁର ବିକାଶ ଜେନା ଓ ଭଦ୍ରକ ଜିଲା ତିହିଡି ଅଞ୍ଚଳର ଧୃତି ସୁନ୍ଦର ସ୍ବାଇଁ । ଅଭିଯୁକ୍ତଙ୍କ ନିକଟରୁ ବିଭିନ୍ନ ବ୍ୟାଙ୍କ ପାଞ୍ଚଟି ପାସ୍‌ବୁକ ଓ ମୋବାଇଲ ଫୋନ ପୋଲିସ ଜବତ କରିଛି । ଘଷିପୁରାର ରାହୁଲ ପାତ୍ରଙ୍କ ଅଭିଯୋଗ ଅନୁସାରେ ତାଙ୍କ ଘର ନିକଟରେ ରହୁଥିବା ବିକାଶ ଜେନା ତାଙ୍କୁ ଏକ ବ୍ୟାଙ୍କ ଖାତା ଖୋଲିବାକୁ କହିଥିଲେ। ବିକାଶ ଅନଲାଇନ ଗେମ୍‌ ଖେଳିବାପରେ ସେହି ଆକାଉଣ୍ଟରେ ଟଙ୍କା ଆସିବ ଓ ସେ ରାହୁଲଙ୍କୁ କିଛି ଟଙ୍କା ଦେବାବୋଲି ପ୍ରଲୋଭିତ କରିଥିଲେ। ପରେ ଆହୁରି ଅନେକ ବ୍ୟାଙ୍କରେ ବିକାଶ ରାହୁଲ ନାମରେ ଜମାଖାତା ଖୋଲି ୫ଲକ୍ଷ ଟଙ୍କାର କାରବାର କରିଥିଲେ। ପରେ ଏହିଭଳି ଭାବେ ବିକାଶ ବିଭିନ୍ନ ଲୋକଙ୍କ ନାରେ ଜମାଖାତା ଖୋଲି ସାଇବର ଠକେଇ କରୁଥିବା ଜାଣିବାପରେ ରାହୁଲ ଘଷିପୁରା ଥାନାରେ ଅଭିଯୋଗ କରିଥିଲେ। ଘଷିପୁରା ପୋଲିସ ଏହି ଘଟଣାର ତଦନ୍ତରେ ବିକାଶ ଓ ତାର ସହଯୋଗୀ ହରିହର ଜେନାଙ୍କୁ ଗିରଫ କରିଛି ା ସେହିଭଳି ହାଟଡିହି ସୂର୍ଯ୍ୟନାରାୟଣ ମହାନ୍ତିଙ୍କୁ ଟଙ୍କା ଲୋଭ ଦେଖାଇ ତାଙ୍କ ଜମାଖାତା ମାଧ୍ୟମରେ ସାଇବରଫ୍ରଡ କରିଥିବା ଭଦ୍ରକ ଜିଲା ତିହିଡି ଅଞ୍ଚଳର ଧୃତି ସୁନ୍ଦର ସ୍ବାଇଁଙ୍କୁ ଗିରଫ କରିଛି ନନ୍ଦିପଦା ପୋଲିସ। ତେବେ ଏମାନଙ୍କ ମାଷ୍ଟରମାଇଣ୍ଡକୁ ଖୁବଶୀଘ୍ର ଗିରଫ କରିବାକୁ ପୋଲିସ ପ୍ରୟାସ ଚଳାଇଥିବା କହିଛନ୍ତି ଏସଡିପିଓ ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri