କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ

କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଜେନା ଓ ଅନ୍ୟ ୨ଜଣ ସହଯୋଗୀଙ୍କୁ ଗିରଫ କରିଛି। ଆଇପିସି ଦଫା ୨୭୫,୨୭୬,୪୨୦,୪୬୭,୪୭୧,୧୨୦/୩୪ରେ ମାମଲା(ନଂ. ୨୨/୨୧) ରୁଜୁ କରାଯାଇ ୩ଜଣଙ୍କୁ ଏସ୍‌ଟିଏଫ୍‌ କୋର୍ଟ ଚାଲାଣ କରିଛି। ଏଥିସହ ଅଭିଯୁକ୍ତ ଓ କମ୍ପାନୀର ବ୍ୟାଙ୍କ ଆକାଉଣ୍ଟରେ ଥିବା ୫୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାକୁ ଜବତ କରିଥିବା କ୍ରାଇମବ୍ରାଞ୍ଚ ଏଡିଜି ଯଶବନ୍ତ ଜେଠୱା ବୁଧବାର ସୂଚନା ଦେଇଛନ୍ତି।
ଜେଠଓ୍ବାଙ୍କ ସୂଚନା ଅନୁସାରେ, ମୁମ୍ବାଇର ମାକ୍ସ ରିଲିଫ ହେଲ୍‌ଥ କେୟାର କମ୍ପାନୀ ହିମାଚଳ ପ୍ରଦେଶ ସୋଲାନ୍‌ରେ ଓଷଧ ପ୍ରସ୍ତୁତି କରୁଥିବା ଦର୍ଶାଇ ନକଲି ଓଷଧ ଯୋଗାଣ କରୁଥିଲା। ଏହି କମ୍ପାନୀର ୨ ନିର୍ଦ୍ଦେଶକଙ୍କୁ ମୁମ୍ବାଇ ପୋଲିସ ପୂର୍ବରୁ ଗିରଫ କରିସାରିଛି। ଏମାନଙ୍କ ନାମରେ ଅନ୍ୟ ରାଜ୍ୟରେ ମଧ୍ୟ ମାମଲା ରୁଜୁ ହୋଇଛି। ଉକ୍ତ କମ୍ପାନୀରୁ କଟକର ମେଡିଲଏଡ୍‌ ମେଡିକାମେଣ୍ଟ କମ୍ପାନୀ ଓଷଧ ବହୁ କମ୍‌ ଦାମରେ ଓଷଧ ଆମଦାନୀ କରୁଥିଲା। ଏପରିକି ଷ୍ଟ୍ରିପ୍‌ ପିଛା ୬୫ଟଙ୍କାରେ କିଣି ୧,୨୯୦ଟଙ୍କାରେ ବିକ୍ରି କରୁଥିବା ତଦନ୍ତ ବେଳେ ଜଣାପଡ଼ିଛି। ତଦନ୍ତକୁ ଜୋରଦାର କରିବାପାଇଁ ଏକାଧିକ ଟିମ୍‌ ଗଠନ କରାଯାଇଛି। ସେମାନେ ମୁମ୍ବାଇ ଓ କଟକ ଓଷଧ କମ୍ପାନୀର ଲିଙ୍କ୍‌ରେ ବିଭିନ୍ନ ଜାଗାରେ ରେଡ୍‌ କରିବା ସହ ଅଧିକ ତଥ୍ୟ ସଂଗ୍ରହ କରୁଛନ୍ତି। ଏବେ ଏସ୍‌ଟିଏଫ୍‌ର ୩ଟି ଟିମ୍‌ ଓଡ଼ିଶା, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗରେ ତଦନ୍ତ ଚାଲୁ ରଖିଛି ବୋଲି ଜେଠଓ୍ବା କହିଛନ୍ତି। ଅନ୍ୟପଟେ, ନକଲି ଔଷଧ ବିକ୍ରିର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ମେଡିଲଏଡ ମେଡିକାମେଣ୍ଟ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନା ଏବେ ଫେରାର ଅଛନ୍ତି। ଗିରଫଦାରିକୁ ଏଡ଼ାଇ ପାଇଁ ସେ ମଙ୍ଗଳବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ସୂଚନାଯୋଗ୍ୟ, ଗତ ୧୧ରେ ସ୍ଥାନୀୟ କନିକା ଛକ ନିକଟରେ ଥିବା ଶିବଙ୍କ ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡରେ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ ଚଢ଼ାଉ କରାଯାଇଥିଲା। ସେଠାରୁ ୬୯ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଫାଭିପିରାଭିର ଓ ଅନ୍ୟ କିଛି ଔଷଧ ଜବତ କରାଯାଇଥିଲା। ମାକ୍ସ ରିଲିଫ୍‌ ହେଲ୍‌ଥ କେୟାର ସଂସ୍ଥାରୁ ଖୁବ ଶସ୍ତାରେ ଏଠାକୁ ନକଲି ଔଷଧ ଆସୁଥିଲା। ଏଠାରୁ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍ପିଟାଲ ଓ ଔଷଧ ଦୋକାନକୁ ପଠାଯାଉଥିବା ଜଣାପଡ଼ିଥିଲା। ପରବର୍ତ୍ତୀ ସମୟରେ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ରାଉରକେଲା, ବାରିପଦା, ଝାରସୁଗୁଡ଼ା ଆଦି ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପୁଳ ନକଲି ଔଷଧ ଜବତ କରାଯାଇଛି। ଗତ ୧୪ରେ ରାଜ୍ୟ ସରକାର ଏହାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଏକ ସ୍ବତନ୍ତ୍ର ଟିମ ଗଠନ କରି ତଦନ୍ତକୁ ଜୋରଦାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri