Posted inଖେଳ

୩ ବ୍ୟାଡ୍‌ମିଣ୍ଟନ ଖେଳାଳି ଆଜୀବନ ବାସନ୍ଦ

ନୂଆଦିଲ୍ଲୀ, ୯ା୧ (ପି.ଟି.)-ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଶୁକ୍ରବାର ଇଣ୍ଡୋନେସିଆର ୩ଜଣ ବ୍ୟାଡ୍‌ମିଣ୍ଟନ ଖେଳାଳିଙ୍କୁ ଆଜୀବନ ବାସନ୍ଦ କରିଛି। ଏହି ଖେଳାଳି ତ୍ରୟଙ୍କ ବିରୋଧ ମ୍ୟାଚ ଫିକ୍ସିଂ, ମ୍ୟାଚ ଜାଲିଆତି ଓ ବେଟିଂରେ ଲିପ୍ତ ଥିବା ଅଭିଯୋଗ ହୋଇଥିଲା। ପରସ୍ପରକୁ ଜାଣିଥିବା ଇଣ୍ଡୋନେସିଆର ୮ଜଣ ଖେଳାଳି ୨୦୧୯ ପର୍ଯ୍ୟନ୍ତ ବିଶେଷକରି ଏସିଆରେ ବିଭିନ୍ନ ଲୋୟର ଲେଭଲ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ମ୍ୟାଚ ଫିକ୍ସିଂ, ମ୍ୟାଚ ଜାଲିଆତି ଅବା ବ୍ୟାଡ୍‌ମିଣ୍ଟନ ବେଟିଂ କାର୍ଯ୍ୟରେ ଲିପ୍ତ ଥିଲେ। ଏହାଦ୍ୱାରା ସେମାନେ ଖେଳର ପରିଚାଳନା ପରିଷଦ ନିୟମର ଉଲ୍ଲଂଘନ କରିଥିଲେ। ଅନ୍ୟ ୫ଜଣଙ୍କୁ ୬ରୁ ୧୨ବର୍ଷ ମଧ୍ୟରେ ସସ୍‌ପେଣ୍ଡ କରାଯାଇଛି। ଏହାଛଡ଼ା ପ୍ରତ୍ୟେକଙ୍କୁ ୩,୦୦୦ରୁ ୧୨,୦୦୦ ଆମେରିକୀୟ ଡଲାର ମଧ୍ୟରେ ଜରିମାନା କରାଯାଇଛି। ଜଣେ ହ୍ବିସିଲ୍‌ବ୍ଲୋୟରଙ୍କଠାରୁ ସୂଚନା ପାଇବା ପରେ ଅଭିଯୋଗକୁ ନେଇ ତଦନ୍ତ ହେବାପରେ ଏହି ଦଣ୍ଡବିଧାନ କରାଯାଇଛି। ଏହି ଖେଳାଳିମାନଙ୍କୁ ପ୍ରଥମେ ଗତବର୍ଷ ଜାନୁୟାରୀରେ ସାମୟିକ ସସ୍‌ପେଣ୍ଡ କରାଯାଇଥିଲା। ବିଡବ୍ଲ୍ୟୁଏଫ୍‌ କହିଛି, ଦଣ୍ଡିତ ଖେଳାଳିମାନେ ଚାହିଁଲେ ୨୧ଦିନ ଭିତରେ ନିଷ୍ପତ୍ତି ବିରୋଧରେ କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର୍‌ ସ୍ପୋଟର୍‌ସ (କାସ୍‌)ରେ ଅପିଲ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri