ଏକାସାଙ୍ଗରେ ଆକ୍ରମଣ କଲେ ୩ ଭାଲୁ, ଚାଲିଗଲା ଚାଷୀଙ୍କ ଜୀବନ

କଣ୍ଟିପାଳ,୧୩ା୯(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ବ୍ଲକ ମନୋହରପୁର ପଞ୍ଚାୟତର ସାନ ପୁରୁଣାପାଣି ଅଞ୍ଚଳରେ ଭାଲୁ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ସାନପୁରୁଣାପାଣିର ଘନଶ୍ୟାମ ହେମ୍ବ୍ରମ (୪୫)। ସେ ବୁଧବାର ସକାଳେ ଘରଠାରୁ ମାତ୍ର ୫୦୦ ଦୂରରେ ଥିବା ଜମିକୁ ଚାଷକାର୍ଯ୍ୟ ଦେଖିବାକୁ ଆସିଥିବା ବେଳେ ୩ଟି ଭାଲୁଙ୍କ ହାବୁଡ଼ରେ ପଡ଼ିଯାଇଥିଲେ। ସମସ୍ତ ଭାଲୁ ମିଳିମିଶି ଘନଶ୍ୟାମଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଭାଲୁ ଆକ୍ରମଣରେ ଘନଶ୍ୟାମଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏକମାତ୍ର ରୋଜଗାରିଆ ବ୍ୟକ୍ତି ହୋଇଥିବାରୁ ମୃତକଙ୍କ ପରିବାକୁ ତୁରନ୍ତ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଜିଲା କଂଗ୍ରେସ ସମ୍ପାଦକ ହାଡ଼ିବନ୍ଧୁ ଖୁଣ୍ଟିଆ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri