ବୋଲେରୋ ଧକ୍କାରେ ୩ ବାଇକ୍‌ ଆରୋହୀ ମୃତ

ଲୋଇସିଂହା,୧୯।୫: ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଲୋଇସିଂହା-ପଦ୍ମପୁର ରାସ୍ତାର କରକଚିଆ ଛକ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ବୋଲେରୋ (ଓଡ଼ି୦୩ଜେ୮୯୫୮) ଧକ୍କାରେ ୩ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ସଦାଇପାଲି ଗ୍ରାମର ତୁଳସୀ ରାମ ପଟେଲ, କୁସଙ୍ଗ ଗ୍ରାମର ସୁରଞ୍ଜନ ପଟେଲ ଓ ରୋତ୍‌ ଗ୍ରାମର ରାଜେଶ ପଟେଲ ବୋଲି ଜଣାପଡିଛି।

ପୋଲିସ ସୂଚନା ଅନୁଯାୟୀ, ସଂପୃକ୍ତ ୩ଜଣ ବ୍ୟକ୍ତି ରୋତରୁ ଏକ ବାଇକ୍‌ ଯୋଗେ କରକଚିଆ ଛକ ପଟକୁ ଆସୁଥିଲେ। ସେହି ସମୟରେ ସାମ୍ନା ପଟରୁ ଯାଉଥିବା ବୋଲେରୋ ସହ ବାଇକ୍‌ ମୁହାମୁହିଁ ଧକ୍କା ହୋଇଥିଲା । ୩ ବାଇକ୍‌ ଆରୋହୀ ତଳେ ପଡିଯାଇଥିଲେ। ଦୁର୍ଘଟଣା ହେବା ପରେ ଘଟଣାସ୍ଥଳରୁ ବୋଲେରୋ ଫେରାର ହୋଇଯାଇଥିଲା।
ଖବର ପାଇଁ ସ୍ଥାନୀୟ ତ୍ରିବେଣୀ ସ୍ବୟଂ ସହାୟକ ଗୋଷ୍ଠୀ ସ୍ବେଚ୍ଛାସେବୀ ଯୁବକ ଏବଂ ବିଦ୍ୟୁତ ବିଭାଗର ଡିସି ସ୍କାଡ୍‌ର କର୍ମଚାରୀ ଆହତଙ୍କୁ ଉଦ୍ଧାର କରି ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ହେଲେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମଭୋଇ ମେଡିକାଲ ଏଣ୍ଡ କଲେଜକୁ ପଠାଇବା ପାଇଁ ଆମ୍ବୁଲାନ୍ସ ମିଳୁ ନ ଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri