୩ ବାଇକ୍‌ ଆରୋହୀଙ୍କୁ ଘୋଷାଡ଼ି ନେଲା ଟ୍ରକ୍‌

ବାଲିଗୁଡ଼ା,୨୯ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ କୋଟଗଡ଼ ଥାନା ଅନ୍ତର୍ଗତ ଖାରିନାଳ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଦେଖିବାକୁ ମିଳିଛି। ଜୁଡ଼ାବାଲିରୁ କୋଟଗଡ଼ ଆଡ଼କୁ ମନ୍ଦିର ଯିବା ରାସ୍ତାରେ ଏହି ଅଘଟଣ ଘଟିଛି। ଘଟଣାସ୍ଥଳରେ ପଡ଼ିରହିଛି ନଡ଼ିଆ, ପୂଜା ସାମଗ୍ରୀ ଓ ଲୁଗାପଟା। ଏହି ଦୁର୍ଘଟଣା ଏତେ ବଡ଼ ଥିଲା ଯେ, ବାଇକ୍‌ରେ ଯାଉଥିବ ଜୁଡ଼ାବାଲି ଗ୍ରାମର ଚାଳକ ସୁଧୀର ମଳିକଙ୍କ ସମେତ ନୀଳିମା ମାଝି ଓ ଦେବଭୂତି ସାର୍କା ବାଇକ୍‌ ସହ ଟ୍ରକ ତଳେ ଚାପି ହୋଇ ପ୍ରାୟ ୧୫ରୁ ୨୦ମିଟର ଘୋଷାଡ଼ି ହୋଇଯାଇଥିଲେ। ହେଲେ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ ଲୋକେ ଟ୍ରକ୍‌ଟିକୁ ଅଟକାଇବା ସହ ଟ୍ରକ୍‌ ଚାଳକଙ୍କର ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରକ୍‌ଟିକୁ ରଖିବା ସହ ପଛକୁ ନେବା ପରେ ସ୍ଥାନୀୟ ଲୋକ ମିଶି ଉକ୍ତ ତିନିଜଣଙ୍କୁ ଉଦ୍ଧାର କରି ଅଗ୍ନିଶମ ଗାଡ଼ି ସାହାଯ୍ୟରେ କୋଟଗଡ଼ ସରକାରୀ ଡାକ୍ତରଖାନା ନେଇଥିଲେ। ଚାଳକ ସୁଧୀର ସାମାନ୍ୟ ଆହତ ହୋଇଥିବା ବେଳେ ଦୁଇ ମହିଳା ନୀଳିମା ଓ ଦେବଭୂତିଙ୍କ ଗଭୀର କ୍ଷତ ସୃଷ୍ଟି ହେବା ସହ ଗୁରୁତର ଥିବାରୁ ସମସ୍ତଙ୍କୁ ଡାକ୍ତର ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଖବର ପାଇ କୋଟଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଅବ୍ୟାହତ ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?