ଜୟନାରାୟଣ, ବିଷ୍ଣୁ, ମୋହନ ସସ୍‌ପେଣ୍ଡ

ଭୁବନେଶ୍ୱର,୩।୪(ବ୍ୟୁରୋ): ଭାଜପାର ୩ ବିଧାୟକ ସସ୍‌ପେଣ୍ଡ। ବିଧାନସଭାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣାରେ କାର୍ଯ୍ୟାନୁଷ୍ଠାନସ୍ବରୂପ ବିଧାୟକ ଜୟ ନାରାୟଣ ମିଶ୍ର, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀଙ୍କୁ ଚଳିତ ଅଧିବେଶନରୁ ସସ୍‌ପେଣ୍ଡ କରାଯାଇଛି। ବାଚସ୍ପତିଙ୍କ ଏହି ନିଷ୍ପତ୍ତିକୁ ଭାଜପା ପକ୍ଷରୁ ପ୍ରତିବାଦ କରାଯାଇଥିବା ଜଣାପଡ଼ିଛି।

ପ୍ରକାଶ ଥାଉ କି, ବିଧାନସଭାରେ ଲୋକାୟୁକ୍ତ ସଂଶୋଧନ ବିଲ୍‌କୁ ପାରିତ କରାଯାଇଥିଲା। ହେଲେ ବିନା ଆଲୋଚନାରେ ବିଲ୍‌ ପାସ୍‌ କରିଥିବାରୁ ବିରୋଧୀ ଏହାକୁ ନେଇ ହୋହଲ୍ଲା କରିଥିଲେ। ବିରୋଧୀ ଦଳ ନେତାଙ୍କୁ କହିବାକୁ ସୁଯୋଗ ଦିଆଯାଇ ନ ଥିବା ସେମାନେ ଅଭିଯୋଗ କରିଥିଲେ। ପରିସ୍ଥିତି ଏଭଳି ଆସିଥିଲା ଯେ ବିଧାୟକମାନେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିବାକୁ ଚେଷ୍ଟା କରିବା ସହ ଇଅରଫୋନ୍‌, କାଗଜ, ଚପଲ ଆଦି ଫିଙ୍ଗିଥିଲେ। ବିରୋଧୀଙ୍କ ଏଭଳି ହଙ୍ଗାମା ଯୋଗୁ ଗୃହକୁ ୪ଟା ଯାଏ ମୁଲତବୀ ଘୋଷଣା କରାଯାଇଥିଲା। ଏନେଇ ବିଷ୍ଣୁ ପ୍ରତିକ୍ରିୟା ରଖି କହିଥିଲେ, ବିନା ଆଲୋଚନାରେ ବିଲ୍‌ ପାରିତ ହେଉଛି। କେହି ଜଣେ ନୂଆ ବିଧାୟକ ଫିଙ୍ଗିଛନ୍ତି। ମୁଁ ଚପଲ ଫିଙ୍ଗିନାହିଁ। ସାମ୍ବିଧାନିକ ବିଧି ବ୍ୟବସ୍ଥାର ପାଳନ ବାଚସ୍ପତି କରୁନାହାନ୍ତି ବୋଲି ସେ କହିଥିଲେ। ସେହିଭଳି ଜୟନାରାୟଣ କିଛି ପଶ୍ଚାତାପ କରିବାର ନାହିଁ ବୋଲି କହିଥିଲେ। ତେବେ  ବିଧାନସଭା ଇତିହାସରେ କେବେ ହେଲେ ଏଭଳି ଅଭାବନୀୟ ଘଟଣା ଘଟି ନ ଥିବା କୁହାଯାଉଛି। ଏଥିସହ ବାଚସ୍ପତି ପୁରା ଘଟଣାର ତର୍ଜମା କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?