ସ୍କୁଲ ନିକଟରେ ବିସ୍ଫୋରଣ: ୬ ମୃତ, ଅନେକ ଆହତ

କାବୁଲ,୧୯।୪:ଆଫଗାନିସ୍ତାନର ରାଜଧାନୀ କାବୁଲରେ ଏକ ଟ୍ରେନିଂ କେନ୍ଦ୍ର ଏବଂ ସ୍କୁଲ ନିକଟରେ ଆକ୍ରମଣ କରାଯାଇଛି। ଶିଆ ସମ୍ପ୍ରଦାୟକୁ ଟାର୍ଗେଟ କରି ଏହି ଆକ୍ରମଣ କରାଯାଇଛି। ଏହି ବିସ୍ଫୋରଣରେ ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଲୋକେ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି। ସ୍କୁଲରେ ପିଲାମାନେ ଅଧ୍ୟୟନ ପାଇଁ ସେମାନଙ୍କ ଶ୍ରେଣୀକୁ ଯାଉଥିବାବେଳେ ଏହି ବିସ୍ଫୋରଣ ଘଟିଥିଲା। ଅବଦୁଲ ରହୀମ ଶହୀଦ ଉଚ୍ଚ ବିଦ୍ୟାଳୟ ନିକଟରେ ଏହି ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣକୁ ନିଶ୍ଚିତ କରି ଆଫଗାନିସ୍ତାନ ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ କହିଛି, ଘଟଣାର ତଦନ୍ତ ଆରମ୍ଭ ହୋଇଛି ଏବଂ ପରେ ସବିଶେଷ ତଥ୍ୟ ଶେୟାର କରାଯିବ।
କାବୁଲ ପୋଲିସର ମୁଖପାତ୍ର ଖାଲିଦ ଜାଦ୍‌ରାନ ଟୁଇଟ୍‌ରରେ କହିଛନ୍ତି, ଅବଦୁଲ ରହୀମ ସହିଦ ଉଚ୍ଚ ବିଦ୍ୟାଳୟରେ ଏହି ବିସ୍ଫୋରଣ ଘଟିଛି ଏବଂ ଏଥିରେ ଆମର ଅନେକ ଶିଆ ଭାଇଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri