ଆତଙ୍କ ଚଲାଉଥିଲେ ଭାଇ ଗ୍ୟାଙ୍ଗ: ଧରାପଡ଼ିଲେ ତିନି

ପୁରୁଷୋତ୍ତମପୁର,୧୬।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦୀର୍ଘଦିନ ହେଲା ଆତଙ୍କ ଚଲାଉଥିବା ଭାଇ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇଛି। ଏହାକୁ ନେଇ ଲୋକେ ଏକ ପ୍ରକାର ଆଶ୍ୱସ୍ତି ହୋଇଛନ୍ତି।

ଗୁରୁବାର ରାତିରେ ଅମୁଣିଆ ସାହିରେ ବୃନ୍ଦାବନ ଗୌଡ଼ଙ୍କ ପରିବାର ଲୋକଙ୍କ ଉପରେ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିଲା। ଏନେଇ ପରିବାର ଲୋକେ ଥାନାରେ ଏକ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୭୪୮/୨୩) ରୁଜୁ କରିଥିଲା। ଥାନା ଆଇଆଇସି ସମୀର କୁମାର ରାଉତଙ୍କ ନିର୍ଦ୍ଦେଶ କ୍ରମେ ଏଏସ୍‌ଆଇ ସ୍ବଦେଶ କୁମାର ଦାଶଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ବିଭିନ୍ନ ସ୍ଥାନରେ ଚଢାଉ କରି ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତମାନେ ହେଲେ ପୁରୁଷୋତ୍ତମପୁର ଅମୁଣିଆ ସାହିର ତିନି ଭାଇ ବିଚିତ୍ର ଗୌଡ଼, କାହ୍ନୁ ଗୌଡ଼ ଏବଂ ଚକା ଗୌଡ। ବିଚିତ୍ରଙ୍କୁ ଶୁକ୍ରବାର ଗିରଫ କରାଯାଇଥିବା ବେଳେ କାହ୍ନୁ ଏବଂ ଚକାଙ୍କୁ ସୋମବାର ଗିରଫ କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଏହି ଗ୍ୟାଙ୍ଗ ଦୀର୍ଘଦିନ ହେଲା ଚୋରା ମଦ କାରବାର ଚଲାଇ ଆସୁଥିଲେ। ଏପରିକି ସେମାନେ ମାଉଜର ଧରି ଫଟୋ ଉଠାଇ ସୋସିଆଲ ମିଡିଆରେ ପୋଷ୍ଟ କରି ଲୋକଙ୍କୁ ଧମକାଉ ଥିଲେ। ବିଚିତ୍ରଙ୍କ ନାମରେ ପୁରୁଷୋତ୍ତପୁର ଥାନାରେ ୧୫ରୁ ଊର୍ଦ୍ଧ୍ୱ ମାମଲା ରହିଥିବା ବେଳେ କାହ୍ନୁଙ୍କ ନାମରେ ବିଭିନ୍ନ ଆପରାଧିକ ମାମଲା ରହିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri