୩ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ଓଡ଼ିିଶା ପୋଲିସ ନିକଟରେ ସୋମବାର ଛତିଶଗଡ଼ କ୍ୟାଡର ୩ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋଡଙ୍ଗା ମହାନଦୀ ସଂଯୁକ୍ତ ଏରିଆ କମିଟିର ଲକ୍ମା ମାଡ୍‌ଭି ଓରଫ ଲଖନ, ଗଙ୍ଗା ମାଡକାମୀ ଓରଫ ସେଣ୍ଡରା ଓ ଶୁକା ସୁଡି ଓରଫ ନବୀନ। ଏମାନେ ଓଡ଼ିଶାର ଉତ୍ତର କନ୍ଧମାଳ ସୀମାନ୍ତ ଅଞ୍ଚଳରେ ସକ୍ରିୟ ଥିଲେ। ଏନେଇ ପୋଲିସ ମହାନିର୍ଦ୍ଦେଶକ ଅଭୟ ଭୁବନେଶ୍ୱରସ୍ଥିତ ନିଜ କ୍ୟାମ୍ପ ଅଫିସରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ପୋଲିସ ମହାନିର୍ଦ୍ଦେଶକ କହିଛନ୍ତି, ଆତ୍ମସମର୍ପଣ କରିଥିବା ୩ ମାଓବାଦୀ କନ୍ଧମାଳ ସୀମାନ୍ତରେ ମହାନଦୀ ଏରିଆ କମିଟି ଦାୟିତ୍ୱରେ ଥିବାବେଳେ ଅନେକ ମାଓବାଦୀ ହିଂସାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଏମାନେ ଦୀର୍ଘ ୧୨ବର୍ଷ ଧରି ମାଓବାଦୀ କାର୍ଯ୍ୟକଳାପରେ ସାମିଲ ଥିଲେ। ସେମାନଙ୍କ ମଧ୍ୟରେ ୨ଜଣ କମାଣ୍ଡର ରହିଥିଲେ। ଆତ୍ମସମର୍ପଣ କରିଥିବା ଦୁଇ ମାଓବାଦୀଙ୍କ ନାମରେ ଓଡ଼ିଶା ପୋଲିସ ପକ୍ଷରୁ ୪ଲକ୍ଷ ଟଙ୍କା ଲେଖାଏ ଏବଂ ଅନ୍ୟ ଜଣକ ନାମରେ ଏକ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ସେମାନେ ପୋଲିସ ନିକଟରେ ଆତ୍ମସମର୍ପଣ କରିବା ପରେ ସରକାରଙ୍କ ପକ୍ଷରୁ ଥଇଥାନ ଯୋଜନାରେ ସେମାନଙ୍କୁ ସହାୟତା ଯୋଗାଇ ଦିଆଯିବ। ସମ୍ପୃକ୍ତ ୩ ମାଓବାଦୀଙ୍କ ଆତ୍ମସମର୍ପଣ ପରେ ଅନ୍ୟମାନଙ୍କୁ ମଧ୍ୟ ଆତ୍ମସମର୍ପଣ ଲାଗି ପୋଲିସ ଡିଜି ଅଭୟ ଆହ୍ବାନ ଦେଇଛନ୍ତି। ସମସ୍ତ ମାଓବାଦୀ ଆତ୍ମସମର୍ପଣ କରି ଶାନ୍ତିପୂର୍ଣ୍ଣ ଓ ନୂଆ ଜୀବନ ଗଢ଼ନ୍ତୁ ବୋଲି ପୋଲିସ ଡିଜି କହିଛନ୍ତି।
୨୦୨୦ରେ ୩୪ ମାଓବାଦୀ ଗିରଫ ହୋଇଥିବାବେଳେ ୨୧ ଆତ୍ମସମର୍ପଣ କରିଥିଲେ ଓ ୧୮ ପୋଲିସ ଗୁଳିରେ ନିହତ ହୋଇଥିଲେ। ସେହିପରି ୨୦୨୧ରେ ଏପର୍ଯ୍ୟନ୍ତ ୨୫ ଗିରଫ ହୋଇଥିବାବେଳେ ୧୫ ଆତ୍ମସମର୍ପଣ କରିଛନ୍ତି ଓ ୩ ପୋଲିସ ଗୁଳିରେ ପ୍ରାଣ ହରାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?