ପ୍ରକାଶ ସେଠୀଙ୍କ ନାଁରେ ୩ ଏତଲା

କଟକ ସଦର,୨୮ା୧୦(ସୁଶାନ୍ତ କୁମାର ଜେନା): କଟକ ସଦରର ପୂର୍ବତନ ବିଧାୟକ ଚନ୍ଦ୍ରସାରଥି ବେହେରା ବିଜେଡି ଛାଡ଼ି ଭାଜପାର ସଦସ୍ୟତା ଗ୍ରହଣ କରିଥିବା ନେଇ ଏକ ହ୍ବାଟ୍ସଆପ୍‌ ମେସେଜ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ହେଲେ ଏହା ନକଲି ମେସେଜ୍‌ ହୋଇଥିବାରୁ ଏନେଇ କନ୍ଦରପୁର, କିଶନନଗର ଓ ୪୨ ମୌଜା ଥାନାରେ ବିଜେଡି ପକ୍ଷରୁ ରବିବାର ଏତଲା ଦିଆଯାଇଛି। ଦଳୀୟ କର୍ମକର୍ତ୍ତାମାନେ ୩ ଥାନା ଅଧିକାରୀଙ୍କୁ ଭେଟି ଏହି ମେସେଜ୍‌ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀଙ୍କ ଇଙ୍ଗିତରେ କରାଯାଇଛି ବୋଲି ଅଭିଯୋଗ କରିଥିଲେ। କନ୍ଦରପୁର ଥାନାରେ ବିଜୁ ଯୁବ ଜନତା ଦଳର କଟକ ସଦର ବ୍ଲକ ସଭାପତି ହିମାଂଶୁ ଦାସ, ସମର ବେହେରା, ରଜନୀକାନ୍ତ ସାହୁ, ସାରଦା ପ୍ରସାଦ ସ୍ବାଇଁ, ଭିକାରି ବେହେରା, ଉମାକାନ୍ତ ଭୂୟାଁ, ପ୍ରମୋଦ ରାଉତ, କାଳନ୍ଦୀ ସ୍ବାଇଁ, ନୀତୀନ ଶେଖର ରାଉତ ପ୍ରମୁଖ ଏତଲା ଦେଇଛନ୍ତି। ସେହିପରି ୪୨ ମୌଜା ଥାନାରେ ଅଜୟ ଦଳେଇ, ବୀରବର ଲେଙ୍କା, ପ୍ରଦ୍ୟୁମ୍ନ ମହାନ୍ତି, ପଦ୍ମନାଭ ଗୋଚ୍ଛାୟତ ଏତଲା ଦେଇଛନ୍ତି। କିଶନନଗର ଥାନାରେ ଚିତ୍ତରଞ୍ଜନ ବେହେରା, ପବିତ୍ର ବିଶୋଇ, ମିଲନ ରଞ୍ଜନ ଦାସ, କମଳାକାନ୍ତ ଖୁଣ୍ଟିଆ ପ୍ରମୁଖ ଏତଲା ଦେଇଛନ୍ତି।
ଏ ସମ୍ପର୍କରେ ପୂର୍ବତନ ବିଧାୟକ ବେହେରା କହିଛନ୍ତି, ବିଜେଡି ଛାଡ଼ିବାର ପ୍ରଶ୍ନ ଉଠୁନାହିଁ। ଅପରପକ୍ଷରେ ବିଧାୟକ ସେଠୀ କହିଛନ୍ତି, ଏଭଳି ଅଭିଯୋଗ ଭିତ୍ତିହୀନ। ସେହିପରି କନ୍ଦରପୁର ଥାନା ଅଧିକାରୀ ରାଧାକାନ୍ତ ସାହୁ, ୪୨ ମୌଜା ଥାନା ଅଧିକାରୀ ଗିରିଶ ଚନ୍ଦ୍ର ମହାରଣା ଓ କିଶନ ନଗର ଥାନା ଅଧିକାରୀ ସୁମନ୍ତ କିଶାନ କହିଛନ୍ତି, ତଦନ୍ତବେଳେ ସାଇବର ଥାନାର ସହଯୋଗ ନିଆଯିବ।

Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?