ନାକଚଣା ଦ୍ୱାର ସମ୍ମୁଖରେ ୩ ରଥ

ପୁରୀ, ୨୭ା୬(ଅଜିତ୍‌ ମହାନ୍ତି): ବାହୁଡ଼ାଯାତ୍ରା ପାଇଁ ଏବେ ତିନିରଥ ପ୍ରସ୍ତୁତ। ଦକ୍ଷିଣମୋଡ଼ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ଦଣ୍ଡାୟମାନ। କେବଳ ଦାରୁବିଗ୍ରହଙ୍କୁ ଅପେକ୍ଷା। ବୁଧବାର ବାହୁଡ଼ା ଯାତ୍ରା ଦିନ ଚତୁର୍ଦ୍ଧାମୂର୍ତ୍ତି ରଥରେ ବସି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ବାହୁଡ଼ି ଯିବେ। ଏଥିପାଇଁ ସୋମବାରଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି।
ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ଜନ୍ମବେଦି ଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ଶନିବାର ହେରାପଞ୍ଚମୀରେ ଅଭିମାନିନୀ ମା’ ଲକ୍ଷ୍ମୀ ଠାକୁରାଣୀ ଗୁଣ୍ଡିଚା ମନ୍ଦିର ଆସି ନନ୍ଦିଘୋଷ ରଥ ଭାଙ୍ଗି ଶ୍ରୀମନ୍ଦିରକୁ ଫେରିଯିବା ପରେ ଘୋଷଯାତ୍ରାର ଷଷ୍ଠ ଦିବସରେ ରବିବାର ବାହୁଡ଼ା ଯାତ୍ରାର ଆଦ୍ୟ ପର୍ବ ଆରମ୍ଭ ହୋଇଥିଲା। ଏଥିଲାଗି ରଥ ଦକ୍ଷିଣମୋଡ଼ କରାଯାଇଥିଲା। ତିନିରଥରେ ଆଜ୍ଞାମାଳ ବିଜେ ପରେ ପରମ୍ପରା ଅନୁଯାୟୀ, ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣମୋଡ଼ କରାଯାଇଥିଲା। ପରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣମୋଡ଼ ହୋଇଥିଲା। ଏହି ଦୁଇଟି ରଥକୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ଆଗରୁ ନାକଚଣା ଦ୍ୱାର ସମ୍ମୁଖକୁ ଟାଣି ନିଆଯାଇଥିଲା। ତେବେ ସନ୍ଧ୍ୟା ହୋଇଯିବାରୁ ମହାପ୍ରଭୁଙ୍କ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ ହୋଇପାରି ନ ଥିଲା। ସୋମବାର ସକାଳେ ନନ୍ଦିଘୋଷ ରଥକୁ ଦକ୍ଷିଣ ମୋଡ଼ କରାଯାଇଛି। ଘୋଷ ଘଣ୍ଟୁଆଙ୍କ ଘଣ୍ଟନାଦର ତାଳେତାଳେ ଆରକ୍ଷୀବାହିନୀ ଏହି ରଥକୁ ଟାଣି ନେଇଥିଲେ। ଏବେ ବାହୁଡ଼ା ଯାତ୍ରାକୁ ଭକ୍ତମାନେ ଉତ୍କଣ୍ଠାର ସହ ଚାହିଁ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri