ବିନା ଅସ୍ତ୍ରୋପଚାରରେ ୩ ସନ୍ତାନ ଜନ୍ମ

ଜଗନ୍ନାଥ ପ୍ରସାଦ, ୧୪ା୧(ବିଭୁ ପ୍ରସାଦ ପଟ୍ଟନାୟକ)ଏକକାଳୀନ ୩ଟି କନ୍ୟା ସନ୍ତାନକୁ ଜନ୍ମଦେଲେ ମହିଳା । ଶୁକ୍ରବାର ରାତି ପ୍ରାୟ ୮.୩୦ ସମୟରେ ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ନୟାଗଡ ଜିଲା ଓଡଗାଁ ବ୍ଲକ ନାଉରିଆଗଡ଼ ଗ୍ରାମର ସୁଶାନ୍ତ ନାୟକଙ୍କ ପତ୍ନୀ ସୌଭାଗ୍ନି ନାୟକଙ୍କର ତିନୋଟି କନ୍ୟା ସନ୍ତାନ ଜନ୍ମ ହୋଇଛନ୍ତି। ଉଭୟ ମାଆ ଏବଂ ତିନି ଶିଶୁ ସୁସ୍ଥ ଥିବା ଜଣାପଡ଼ିଛି। ଶୁକ୍ରବାର ସନ୍ଧ୍ୟାରେ ସୌଭାଗ୍ନିଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ଆମ୍ବୁଲାନ୍ସରେ ଜଗନ୍ନାଥ ପ୍ରସାଦ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ଦିପ୍ତିମୟୀ ସାହୁ ଓ ଷ୍ଟାଫ ନର୍ସ ମଙ୍ଗଲି କାଲୋଙ୍କ ସହଯୋଗରେ ପ୍ରସବ କରାଯାଇଥିଲା। ବର୍ତ୍ତମାନ ତିନି ସନ୍ତାନ ଓ ମା’ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଭଲ ରହିଛି। ପରିବାର ଲୋକେ ଖୁସି ଥିବାବେଳେ ଡାକ୍ତରଖାନାର କର୍ମଚାରୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗଳାର ସିଏମ ହେବାପରେ ଶୁଭେନ୍ଦୁଙ୍କୁ ମାସକୁ ମିଳିବ କେତେ ଦରମା? କାଲିଠୁ ବଙ୍ଗର ଧରିବେ ମଙ୍ଗ

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ଯୁଗର ଆରମ୍ଭ ହେଉଛି। ଏକ ଐତିହାସିକ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ବିଜେପି) ଶୁଭେନ୍ଦୁ ଅଧିକାରୀଙ୍କୁ ତାଙ୍କ ବିଧାୟକ…

ସର୍ବସମ୍ମୁଖରେ ଠେଙ୍ଗାରେ ପିଟି ଯୁବକକୁ ହତ୍ୟା

ଟେନସା,୮।୫(ସମୀର କୁମାର ପାଢୀ): ଭୋଜି ଭାତ ଚାଲିଥିବା ବେଳେ ସାମାନ୍ୟ ବଚସାକୁ ନେଇ ସର୍ବ ସମ୍ମୁଖରେ ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କରିବା ଘଟଣା ଏବେ କୋଇଡା…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ପ୍ରଥମେ ମମତା ବାନାର୍ଜୀଙ୍କ ସହ କାମ କରି ରାଜନୀତିରେ ପାଇଥିଲେ ସ୍ବତନ୍ତ୍ର ସ୍ଥାନ, ଶୁଭେନ୍ଦୁ ଅଧିକାରୀଙ୍କ କାହାଣୀ ଜାଣିଲେ…

କୋଲକାତା,୮।୫: ବଙ୍ଗଳାରେ ଭାଜପାର ପ୍ରଥମ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ଏବେ ଏକ ପ୍ରମୁଖ ଦାୟିତ୍ୱ ଦେଇଛି। ଶୁଭେନ୍ଦୁ ଅଧିକାରୀ ହେବେ…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ…

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri