୩୯ ଡିଗ୍ରୀ ଉପରେ ୩ ସହର: ଆସନ୍ତା ୩ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୭।୪(ବ୍ୟୁରୋ) : ରାଜ୍ୟରେ ବର୍ଷା କମିବା ସହ ଖରାତାତି ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟର ୩ ସହରରେ ତାମପାତ୍ରା ୩୯ ଡିଗ୍ରୀ ଓ ତାହାଠାରୁ ଅଧିକ ରହିଥିଲା। ରାଉରକେଲା ଓ ଝାରସୁଗୁଡ଼ାରେ ୩୯.୪ ଡିଗ୍ରୀ ସେଲସିୟସ୍‌ ଏବଂ ବାରିପଦାରେ ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ୮ ସହରର ତାପମାତ୍ରା ୩୮ ଡିଗ୍ରୀ ଓ ଏହାଠାରୁ ଅଧିକ ରହିଥିଲା। ସେହିପରି ଭୁବନେଶ୍ୱରର ତାପମାତ୍ରା ୩୭.୧ ଡିଗ୍ରୀ ରହିଥିବାବେଳେ ଅନ୍ୟ ଦୁଇ ସହର ୩୭ ଡିଗ୍ରୀ ଓ ୪ ସହରରେ ପାରଦ ୩୫ ଡିଗ୍ରୀ ଅତିକ୍ରମ କରିଥିଲା। ତେବେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ଆସନ୍ତା ୫ଦିନ ମଧ୍ୟରେ ରାଜ୍ୟ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଅନ୍ୟପଟେ ଆସନ୍ତା ୩ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷର ସମ୍ଭାବନା ରହିଛି। ଶନିବାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର ଓ କେନ୍ଦ୍ରାପଡାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଘଡ଼ଘଡ଼ି ବର୍ଷା ହୋଇପାରେ। ସେହିପରି କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଆଦି ୭ ଜିଲାର କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ। ଏଥିସହ କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଅନୁଗୋଳ, ଢେଙ୍କାନାଳ, ବୌଧ, ବଲାଙ୍ଗୀର ଓ ନୂଆପଡାରେ ମଧ୍ୟ ଝଡ଼ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୯ ତାରିଖରେ ସୁନ୍ଦରଗଡ, କେଉଁଝର, ଦେଓଗଡ, ଅନୁଗୋଳ, ବୌଧ, କନ୍ଧମାଳ ଓ ମୟୂରଭଞ୍ଜ ଜିଲା ସମେତ ରାଜ୍ୟର ଅନ୍ୟ କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଦୁଇଦିନ ଉପରୋକ୍ତ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୦ ତାରିଖରେ କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଧ, ଅନୁଗୋଳ, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱରରେ ଓ ଭଦ୍ରକ ଜିଲାରେ ଘଡ଼ଘଡ଼ି ବର୍ଷା ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ୧୧ ଓ ୧୨ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବା ସହ କିଛି ସ୍ଥାନରେ ବର୍ଷା ପବନର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri