୩୯ ଡିଗ୍ରୀ ଉପରେ ୩ ସହର: ଆସନ୍ତା ୩ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୭।୪(ବ୍ୟୁରୋ) : ରାଜ୍ୟରେ ବର୍ଷା କମିବା ସହ ଖରାତାତି ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟର ୩ ସହରରେ ତାମପାତ୍ରା ୩୯ ଡିଗ୍ରୀ ଓ ତାହାଠାରୁ ଅଧିକ ରହିଥିଲା। ରାଉରକେଲା ଓ ଝାରସୁଗୁଡ଼ାରେ ୩୯.୪ ଡିଗ୍ରୀ ସେଲସିୟସ୍‌ ଏବଂ ବାରିପଦାରେ ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ୮ ସହରର ତାପମାତ୍ରା ୩୮ ଡିଗ୍ରୀ ଓ ଏହାଠାରୁ ଅଧିକ ରହିଥିଲା। ସେହିପରି ଭୁବନେଶ୍ୱରର ତାପମାତ୍ରା ୩୭.୧ ଡିଗ୍ରୀ ରହିଥିବାବେଳେ ଅନ୍ୟ ଦୁଇ ସହର ୩୭ ଡିଗ୍ରୀ ଓ ୪ ସହରରେ ପାରଦ ୩୫ ଡିଗ୍ରୀ ଅତିକ୍ରମ କରିଥିଲା। ତେବେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ଆସନ୍ତା ୫ଦିନ ମଧ୍ୟରେ ରାଜ୍ୟ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଅନ୍ୟପଟେ ଆସନ୍ତା ୩ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷର ସମ୍ଭାବନା ରହିଛି। ଶନିବାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର ଓ କେନ୍ଦ୍ରାପଡାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଘଡ଼ଘଡ଼ି ବର୍ଷା ହୋଇପାରେ। ସେହିପରି କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଆଦି ୭ ଜିଲାର କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ। ଏଥିସହ କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଅନୁଗୋଳ, ଢେଙ୍କାନାଳ, ବୌଧ, ବଲାଙ୍ଗୀର ଓ ନୂଆପଡାରେ ମଧ୍ୟ ଝଡ଼ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୯ ତାରିଖରେ ସୁନ୍ଦରଗଡ, କେଉଁଝର, ଦେଓଗଡ, ଅନୁଗୋଳ, ବୌଧ, କନ୍ଧମାଳ ଓ ମୟୂରଭଞ୍ଜ ଜିଲା ସମେତ ରାଜ୍ୟର ଅନ୍ୟ କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଦୁଇଦିନ ଉପରୋକ୍ତ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୦ ତାରିଖରେ କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଧ, ଅନୁଗୋଳ, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱରରେ ଓ ଭଦ୍ରକ ଜିଲାରେ ଘଡ଼ଘଡ଼ି ବର୍ଷା ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ୧୧ ଓ ୧୨ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବା ସହ କିଛି ସ୍ଥାନରେ ବର୍ଷା ପବନର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।...

ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri