୪୩ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପାରଦ ପୁଣି ଉପରମୁହଁା ହୋଇଛି। ୩ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ ଟପି ଯାଇଥିବା ବେଳେ ୧୭ଟି ସ୍ଥାନରେ ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ସୂଚନା ମୁତାବକ ମଙ୍ଗଳବାର ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୩.୬, ହୀରାକୁଦ ୪୩.୩, ରାଉରକେଲା ୪୨.୪, ବରଗଡ଼ ୪୨.୧, ବାରିପଦା ୪୨, ଭୁବନେଶ୍ୱର ୪୧.୯, ସୋନପୁର ୪୧.୮, ବଲାଙ୍ଗୀର ୪୧.୭, ସୁନ୍ଦରଗଡ଼ ୪୧.୨, ମାଲକାନଗିରି ୪୧.୮, ନୂଆପଡ଼ା ୪୧, ଟିଟିଲାଗଡ଼ ୪୦.୫, ଭବାନୀପାଟଣା ୪୦.୫, ଚାନ୍ଦବାଲି ୪୦.୨, ଜଗତ୍‌ସିଂହପୁରରେ ୪୦.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ୧୧ ତାରିଖ ଯାଏ ତାତି ଆହୁରି କଲବଲ କରିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ବିଳମ୍ବ ହେବାରେ ଲାଗିଛି। ପାଗ ଅନୁକୂଳ ହେଉ ନ ଥିବାରୁ ମୌସୁମୀ ପ୍ରବେଶ ଗଡ଼ି ଗଡ଼ି ଯାଉଛି। ଆସନ୍ତା ୧୫ ତାରିଖ ଯାଏ ରାଜ୍ୟକୁ ମୌସୁମୀ ପ୍ରବେଶର କୌଣସି ସମ୍ଭାବନା ଦେଖାଯାଉ ନାହିଁ। ଆରବ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୧୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହୋଇପାରେ। ପ୍ରବଳ ଗରମ ହେଉଥିଲେ ମଧ୍ୟ ସମୁଦ୍ରରେ ଘୂର୍ଣ୍ଣିବଳୟ ଯୋଗୁ ବାୟୁ ପ୍ରବାହ ସ୍ଥଳଭାଗ ପରିବର୍ତ୍ତେ ସମୁଦ୍ରକୁ ବହୁଛି। ଫଳରେ ମୌସୁମୀ ପାଇଁ ପାଗ ଅନୁକୂଳ ହେଉ ନ ଥିବା ପାଣିପାଗ ବିଶେଷଜ୍ଞ ଅନୁମାନ କରୁଛନ୍ତି। ତେବେ ମୌସୁମୀ ନିର୍ଦ୍ଧାରିତ ସମୟରୁ ଅଳ୍ପ କିଛିଦିନ ବିଳମ୍ବ ହୋଇପାରେ। କେରଳ ଛୁଇଁବା ପରେ ଓଡ଼ିଶାକୁ କେବେ ଆସିବ ସେ ନେଇ କୁହାଯାଇପାରିବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌.ଆର. ବିଶ୍ୱାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri