Posted inଜାତୀୟ

ସେନା ଉଠାଇନେଇଥିବା ୩ ନାଗରିକଙ୍କ ମୃତ୍ୟୁ

ପୁଞ୍ଚ୍‌,୨୪।୧୨: ଜମ୍ମୁ-କଶ୍ମୀରରେ ଦୁଇଟି ସେନା ଗାଡ଼ି ଉପରେ ଆତଙ୍କବାଦୀଙ୍କ ଅତର୍କିତ ଆକ୍ରମଣରେ ୫ ସୈନ୍ୟ ଶହୀଦ ହୋଇଥିଲେ। ଉକ୍ତ ଆତଙ୍କବାଦୀଙ୍କୁ ଧରିବା ପାଇଁ ଅପରେଶନକୁ ଜୋର୍‌ଦାର କରାଯାଇଥିବାବେଳେ ସନ୍ଦେହରେ ସେନା ୩ ଜଣ ସ୍ଥାନୀୟ ଲୋକଙ୍କୁ ପଚରାଉଚରା ପାଇଁ ନେଇଯାଇଥିଲା। ହାଜତରେ ସେମାନଙ୍କର ରହସ୍ୟଜନକ ଭାବେ ମୃତ୍ୟୁ ଘଟିଥିବାରୁ ଏହାକୁ ନେଇ ବିରୋଧୀ ପ୍ରଶ୍ନ ଉଠାଇଛନ୍ତି। ସେମାନଙ୍କୁ ଜେରାବେଳେ ଯବାନମାନେ ପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ଉତ୍ତେଜନା ବଢ଼ିବା ଆଶଙ୍କାରେ ମୋବାଇଲ ଇଣ୍ଟରନେଟ୍‌ ସେବାକୁ ବନ୍ଦ ରଖାଯାଇଛି। ମୃତକଙ୍କ ସମ୍ପର୍କୀୟଙ୍କୁ କ୍ଷତିପୂରଣ ସହ ପରିବାରର ଜଣକୁ ଚାକିରି ଯୋଗାଇ ଦିଆଯିବ ବୋଲି ଜମ୍ମୁ-କଶ୍ମୀର ପ୍ରଶାସନ ଘୋଷଣା କରିଛି। ପୁଞ୍ଚ୍‌ ଏବଂ ରାଜୌରୀ ଜିଲାରେ ଶନିବାର ଆତଙ୍କବାଦ ନିରୋଧୀ ଅଭିଯାନକୁ ଜୋର୍‌ଦାର କରାଯାଇଛି। ଡୋଡା ଜିଲାରେ ଥିବା ସେନା କ୍ୟାମ୍ପ୍‌ରେ ନିଆଁ ଲାଗି ୨ ଜଣ ସାଧାରଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସାମ୍ବାର ପରଷୋତ୍ତମ(୫୫) ଏବଂ କଠୁଆ ଅଞ୍ଚଳର ସୋମ ରାଜ (୪୫) ଆର୍ନୋଡା ଗାଟ୍‌ ସେନା କ୍ୟାମ୍ପ ପରିସରରେ ଟେଲର ଦୋକାନ ଚଳାଉଥିଲେ। ଭୋର ସମୟରେ କିରୋସିନ୍‌ ହିଟରରେ ତ୍ରୁଟି ଯୋଗୁ ନିଆଁ ଲାଗି ସେମାନେ ଜଳିଯାଇଥିଲେ।

ଅନୁପ୍ରବେଶ ଉଦ୍ୟମ ପଣ୍ଡ

ଜମ୍ମୁରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ଅନ୍ତର୍ଜାତୀୟ ସୀମା (ଆଇବି)ରେ ମୁତୟନ ଥିବା ଯବାନମାନେ ପଣ୍ଡ କରିଦେଇଛନ୍ତି। ଶନିବାର ଭୋର ସମୟରେ ସେମାନେ ଅନୁପ୍ରବେଶ ଉଦ୍ୟମ କରୁଥିବାବେଳେ ଯବାନଙ୍କ ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ୪ ଜଣ ସଶସ୍ତ୍ର ଆତଙ୍କବାଦୀ ଭୋର ସମୟରେ ଅଖନୁରର ଖୋଉର ସେକ୍ଟରରେ ଥିବା ଅନ୍ତର୍ଜାତୀୟ ସୀମାକୁ ଅତିକ୍ରମ କରିବା ପାଇଁ ଉଦ୍ୟମ କରୁଥିବାବେଳେ ଯବାନଙ୍କ ନଜରରେ ପଡ଼ିଥିଲେ। ଫଳରେ ସେନା ପକ୍ଷରୁ ଗୁଳିମାଡ଼ କରାଯାଇଥିଲା। ଆତଙ୍କବାଦୀଙ୍କ ସନ୍ଦିଗ୍ଧ ଗତିବିଧି ସର୍ଭିଲାନ୍ସ ଉପକରଣରେ ଧରାପଡ଼ିଥିଲା। ମୃତଦେହକୁ ଅନ୍ୟ ଆତଙ୍କବାଦୀ ମାନେ ନେଇଯାଇଥିବାବେଳେ ରକ୍ତଛିଟା ପଡ଼ିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri