ଦୁର୍ଘଟଣାରେ ୩ ଦଶମ ଶ୍ରେଣୀ ଛାତ୍ର ମୃତ

ବାଙ୍କୀ,୧୫ା୧୦(ଜ୍ଞାନେନ୍ଦ୍ର ମୋହନ ମିଶ୍ର)ବାଙ୍କୀ-କଟକ ମୁଖ୍ୟ ରାସ୍ତାର ରଣଶଙ୍ଖ ନିକଟରେ ଶନିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ସ୍ଥାନୀୟ ହରିରାଜପୁର ଗ୍ରାମର ସୋହନ ନାଏକ ଓ ଅବିନାଶ ଧଳ ଏବଂ ଶୁଖୁଆଖଳା ଗ୍ରାମର ଅମିୟଷୁ ପିରୋଇ। ୩ଜଣ ଯାକ ଦଶମ ଶ୍ରେଣୀର ଛାତ୍ର ଅଟନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ପରେ ବାଙ୍କୀ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତିକୁ ନିୟନ୍ତ୍ରଣ କରିଥିଲା।
ମିଳିଥିବା ସୂଚନା ଅନୁସାରେ ସୋହନ, ଅବିନାଶ ଏବଂ ଅମିୟଷୁ ଏକ ମୋଟର ସାଇକେଲରେ ଡମପଡ଼ା ବ୍ଲକ ପାଥପୁର ପଞ୍ଚାୟତ ଚକୁଳେଶ୍ୱର ଗ୍ରାମରେ ଥିବା ଏକ କୋଚିଂ ସେଣ୍ଟରରୁ ପଢ଼ା ସାରି ଘରକୁ ଫେରୁଥିଲେ। ରଣଶଙ୍ଖର ୧୦୦ମିଟର ଦୂରରେ ଥିବା ମୋଡ଼ଣି ନିକଟରେ ବାଙ୍କୀରୁ ଜାତମୁଣ୍ଡିଆ ଅଭିମୁଖେ ଯାଉଥିବା ଏକ ଥଣ୍ଡା ପାନୀୟ ଜଳ ବୋଝେଇ ପିକ୍‌ଅପ୍‌ ଭ୍ୟାନ(ଓଡି୦୨-ବିଡବ୍ଲ୍ୟୁ-୯୪୮୮) ସହ ମୁହଁାମୁହିଁ ଧକ୍କା ହୋଇଥିଲେ। ଫଳରେ ୩ଜଣ ଛାତ୍ର ଗୁରୁତର ହୋଇ ଚେତାଶୂନ୍ୟ ହୋଇପଡ଼ିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଖବର ପାଇ ବାଙ୍କୀ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ଆମ୍ବୁଲାନ୍ସ ଓ ଅଗ୍ନିଶମ ବିଭାଗ ଗାଡ଼ିରେ ଆହତମାନଙ୍କୁ ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ମେଡିକାଲରେ ସୋହନଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଦୁଇଜଣ ଛାତ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ଦୁଇଜଣ ଛାତ୍ରଙ୍କୁ ମୃତ ଘୋଷଣା କରିଥିଲେ। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣାରେ ବାଙ୍କୀ ଥାନାରେ ଏକ ମାମଲା(ନଂ.୩୭୬/୨୩) ରୁଜୁ ହେବା ସହ ଗାଡିଟିକୁ ଥାନାରେ ଅଟକ ରଖାଯାଇଛି। ଘଟଣାସ୍ଥଳରୁ ଡ୍ରାଇଭର ଖସି ପଳାଇଛନ୍ତି। ଅପରପକ୍ଷରେ ୩ଛାତ୍ର ଯାଉଥିବା ମୋଟରସାଇକେଲ୍‌ ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଛି। ଦଶମ ଶ୍ରେଣୀରେ ପଢ଼ୁଥିବା ୩ଛାତ୍ରଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri