ଦୁର୍ଘଟଣାରେ ୩ ଦଶମ ଶ୍ରେଣୀ ଛାତ୍ର ମୃତ

ବାଙ୍କୀ,୧୫ା୧୦(ଜ୍ଞାନେନ୍ଦ୍ର ମୋହନ ମିଶ୍ର)ବାଙ୍କୀ-କଟକ ମୁଖ୍ୟ ରାସ୍ତାର ରଣଶଙ୍ଖ ନିକଟରେ ଶନିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ସ୍ଥାନୀୟ ହରିରାଜପୁର ଗ୍ରାମର ସୋହନ ନାଏକ ଓ ଅବିନାଶ ଧଳ ଏବଂ ଶୁଖୁଆଖଳା ଗ୍ରାମର ଅମିୟଷୁ ପିରୋଇ। ୩ଜଣ ଯାକ ଦଶମ ଶ୍ରେଣୀର ଛାତ୍ର ଅଟନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ପରେ ବାଙ୍କୀ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତିକୁ ନିୟନ୍ତ୍ରଣ କରିଥିଲା।
ମିଳିଥିବା ସୂଚନା ଅନୁସାରେ ସୋହନ, ଅବିନାଶ ଏବଂ ଅମିୟଷୁ ଏକ ମୋଟର ସାଇକେଲରେ ଡମପଡ଼ା ବ୍ଲକ ପାଥପୁର ପଞ୍ଚାୟତ ଚକୁଳେଶ୍ୱର ଗ୍ରାମରେ ଥିବା ଏକ କୋଚିଂ ସେଣ୍ଟରରୁ ପଢ଼ା ସାରି ଘରକୁ ଫେରୁଥିଲେ। ରଣଶଙ୍ଖର ୧୦୦ମିଟର ଦୂରରେ ଥିବା ମୋଡ଼ଣି ନିକଟରେ ବାଙ୍କୀରୁ ଜାତମୁଣ୍ଡିଆ ଅଭିମୁଖେ ଯାଉଥିବା ଏକ ଥଣ୍ଡା ପାନୀୟ ଜଳ ବୋଝେଇ ପିକ୍‌ଅପ୍‌ ଭ୍ୟାନ(ଓଡି୦୨-ବିଡବ୍ଲ୍ୟୁ-୯୪୮୮) ସହ ମୁହଁାମୁହିଁ ଧକ୍କା ହୋଇଥିଲେ। ଫଳରେ ୩ଜଣ ଛାତ୍ର ଗୁରୁତର ହୋଇ ଚେତାଶୂନ୍ୟ ହୋଇପଡ଼ିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଖବର ପାଇ ବାଙ୍କୀ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ଆମ୍ବୁଲାନ୍ସ ଓ ଅଗ୍ନିଶମ ବିଭାଗ ଗାଡ଼ିରେ ଆହତମାନଙ୍କୁ ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ମେଡିକାଲରେ ସୋହନଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଦୁଇଜଣ ଛାତ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ଦୁଇଜଣ ଛାତ୍ରଙ୍କୁ ମୃତ ଘୋଷଣା କରିଥିଲେ। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣାରେ ବାଙ୍କୀ ଥାନାରେ ଏକ ମାମଲା(ନଂ.୩୭୬/୨୩) ରୁଜୁ ହେବା ସହ ଗାଡିଟିକୁ ଥାନାରେ ଅଟକ ରଖାଯାଇଛି। ଘଟଣାସ୍ଥଳରୁ ଡ୍ରାଇଭର ଖସି ପଳାଇଛନ୍ତି। ଅପରପକ୍ଷରେ ୩ଛାତ୍ର ଯାଉଥିବା ମୋଟରସାଇକେଲ୍‌ ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଛି। ଦଶମ ଶ୍ରେଣୀରେ ପଢ଼ୁଥିବା ୩ଛାତ୍ରଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri