୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲ୍‌

କେନ୍ଦୁଝର,୨୮ା୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଏକ ଗଣବଳାତ୍କାର ମାମଲାର ଶୁଣାଣି କରି ୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡାଦେଶ କରିବା ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୩ ମାସ କରାଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଏହି ଘଟଣା ରାଉରକେଲା ଅଞ୍ଚଳରେ ଘଟିଥିବାବେଳେ ଉଚ୍ଚ ନ୍ୟାୟାଳୟଙ୍କ ଆଦେଶକ୍ରମେ ଏହା ଅତିରିକ୍ତ ସେସନ ଜଜ କୋର୍ଟ ରାଉରକେଲାରୁ କେନ୍ଦୁଝର ଜିଲା ଜଜ କୋର୍ଟକୁ ତା୫।୮।୨୦୧୯ରିଖରେ ବିଚାର ପାଇଁ ସ୍ଥାନାନ୍ତରିତ ହୋଇଥିଲା। ଦୋଷୀମାନେ ହେଲେ ବିଶ୍ରା ଥାନା ଅଞ୍ଚଳର ଅଜିତ ଲଳିତ ଗୁଡ଼ିଆ, ରାଜେଶ ଲାକ୍ରା ଓ ନିନହାଣିଆ ଲାକ୍ରା। ୧୩ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି କୋର୍ଟ ଏହି ଆଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ୨୦୧୭ ଜୁଲାଇ ୧୨ ତାରିଖ ସନ୍ଧ୍ୟା ୫ଟାରେ ଜନୈକା ୨୯ ବର୍ଷୀୟା ଯୁବତୀ ବିଲରୁ ଘରକୁ ଫେରୁଥିବା ବେଳେ ଅଭିଯୁକ୍ତମାନେ ତାଙ୍କୁ ବାଟରୁ ଉଠାଇ ନେଇ ଏକ ମହୁଲ ଗଛ ନିକଟରେ ଗଣବଳାତ୍କାର କରିଥିଲେ। କାହାକୁ ଜଣାଇଲେ ହତ୍ୟା କରିଦେବେ ବୋଲି ଧମକ ଚମକ ଦେଇଥିଲେ। ପରେ ଏହି ଘଟଣାକୁ ନେଇ ପୀଡିତା ୧୯ ତାରିଖରେ ଥାନାରେ ଏତଲା ଦେଇଥିଲେ। ବିଶ୍ରା ଥାନା ପୋଲିସ ଦଫା ୩୭୬ (ଡି) ଓ ୫୦୬ ଆଇପିସି ଧାରାରେ ଏକ ମାମଲା (ନଂ.୬୦/୨୦୧୭) ରୁଜୁ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ସରକାରୀ ଓକିଲ ପ୍ରଦୀପ କୁମାର ଦାସ କହିଛନ୍ତି ଯେ, ରାଉରକେଲାରେ ସେତେବେଳେ ଆଇନଜୀବୀଙ୍କ ଆନ୍ଦୋଳନ ଯୋଗୁ ଉଚ୍ଚନ୍ୟାୟାଳୟଙ୍କର ସ୍ବତନ୍ତ୍ର ଆଦେଶକ୍ରମେ ଏହି ମାମଲାଟି ରାଉରକେଲାରୁ କେନ୍ଦୁଝରକୁ ସ୍ଥାନାନ୍ତରିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?