ବରଗଡ଼ରେ ମା, ପୁଅଙ୍କ ସମେତ ୩ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଞ୍ଚିଲା

ବରଗ ଅଫିସ,୧୪।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ମ୍ୟୁନିସିପାଲିଟି ଅଧୀନ ୱାର୍ଡ ନଂ. ୧୬ ସିଦ୍ଧେଶ୍ବର ରେସିଡେନ୍ସି ନିକଟରୁ ଜଣେ ଚିହ୍ନଟ ହୋିଥିବା ବେଳେ ଅନ୍ୟ ଦୁଇଜଣ ଭେଡେନ୍‌ ବ୍ଲକ ଅନ୍ତର୍ଗତ ରେଶମ ଗ୍ରାମର ମା, ପୁଅ ବୋଲି ଜଣାପଡ଼ିଛି। ସଂକ୍ରମିତ ମା, ପୁଅଙ୍କୁ ଚିକିତ୍ସା ପାଇଁ ବରଗଡ଼ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ବରଗଡ଼ ମ୍ୟୁନିସିପାଲିଟିରୁ ଚିହ୍ନଟ ଆକ୍ରାନ୍ତଙ୍କୁ କଟକ ଅଶ୍ବିନୀ ହସ୍ପିଟାଲକୁ ପଠାଯାଇଛି । ସେ ବରଗଡ଼ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲକୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଆସିଥିଲେ ଏବଂ ତାଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଥିଲା। ଏହାପରେ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲକୁ ସାନିଟାଇଜ କରାଯାଇଛି। ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିବା ଦୁଇ ଡାକ୍ତର କ୍ବାରାଣ୍ଟାଇନରେ ଥିବା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ସେହିପରି ଆକ୍ରାନ୍ତ ରହିଥିବା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସେଠାକୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣର ବ୍ୟବସ୍ଥା ହୋଇଥିବା ସୂଚନା ଦିଆଯାଇଛି। ଏହାପରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri