ୟୁକ୍ରେନ ଯୁଦ୍ଧରେ ମଧ୍ୟସ୍ଥି ହୋଇପାରନ୍ତି ୩ ଦେଶ, ଶାନ୍ତି ବାର୍ତ୍ତାକୁ ନେଇ ପୁଟିନଙ୍କ ବଡ ଘୋଷଣା

ମସ୍କୋ,୫।୯: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଶେଷ କରିବା ପାଇଁ ଭାରତ ଖୁବ ଚେଷ୍ଟା ଚଳାଇଛି। ପରସ୍ପର ମଧ୍ୟରେ ବାର୍ତ୍ତାଳାପ ମାଧ୍ୟମରେ ଏହି ଯୁଦ୍ଧ ଶେଷ ହେଉ ବୋଲି ଭାରତ ଚାହୁଁଛି। ଏଥିପାଇଁ ଭାରତ ଉଭୟ ରୁଷିଆ ଏବଂ ୟୁକ୍ରେନ ସହ କଥା ହୋଇଛି। ବର୍ତ୍ତମାନ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ନିଜେ ସ୍ବୀକାର କରିଛନ୍ତି ଯେ ୟୁକ୍ରେନ ଯୁଦ୍ଧକୁ ଭାରତ ବନ୍ଦ କରିପାରିବ। ତେବେ ପୁଟିନ ଭାରତ ସହିତ ତାଙ୍କ ଶତ୍ରୁ ଚାଇନାକୁ ମଧ୍ୟ ଶ୍ରେୟ ଦେଇଛନ୍ତି। ପୁଟିନ କହିଛନ୍ତି ଯେ କେବଳ ଭାରତ, ଚାଇନା ଏବଂ ବ୍ରାଜିଲ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ମଧ୍ୟସ୍ଥି ଭାବରେ କାର୍ଯ୍ୟ କରିପାରିବେ। ସୂଚନାଯୋଗ୍ୟ, ଦୁଇ ବର୍ଷରୁ ଅଧିକ ସମୟ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି।
ସୂଚନାଯୋଗ୍ୟ, ରାଷ୍ଟ୍ରପତି ପୁଟିନ ଗୁରୁବାର କହିଛନ୍ତି ଯେ ୟୁକ୍ରେନ ଉପରେ ସମ୍ଭାବ୍ୟ ଶାନ୍ତି ଆଲୋଚନାରେ ଚାଇନା, ଭାରତ ଏବଂ ବ୍ରାଜିଲ ମଧ୍ୟସ୍ଥି ଭୂମିକା ଗ୍ରହଣ କରିପାରିବେ। ରଏଟର୍ସ ଅନୁଯାୟୀ ପୁଟିନ କହିଛନ୍ତି ଯେ ଯୁଦ୍ଧର ପ୍ରଥମ ସପ୍ତାହରେ ଇସ୍ତାନବୁଲରେ ହୋଇଥିବା ଆଲୋଚନାରେ ରୁଷିଆ ଏବଂ ୟୁକ୍ରେନ ବୁଝାଣାକାରୀଙ୍କ ମଧ୍ୟରେ ପ୍ରାଥମିକ ଚୁକ୍ତି ହୋଇଛି, ଯାହା କେବେ କାର୍ଯ୍ୟକାରୀ ହୋଇ ନଥିଲା। ଏହା ବୁଝାମଣା ପାଇଁ ଆଧାର ହୋଇପାରେ।

ପୁଟିନଙ୍କ ଏହି ବିବୃତ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଏବଂ ୟୁକ୍ରେନ ଗସ୍ତ ପରେ ଆସିଛି। ବର୍ତ୍ତମାନ ପର୍ଯ୍ୟନ୍ତ ୟୁକ୍ରେନ ସହ ଆଲୋଚନାରେ ପୁଟିନ ଖୋଲାଖୋଲି ଭାବେ କିଛି କହି ନାହାଁନ୍ତି। କିନ୍ତୁ ପ୍ରଥମ ଥର ପାଇଁ ୟୁକ୍ରେନ ସହ କଥାବାର୍ତ୍ତା କରିବାକୁ ପ୍ରସ୍ତୁତ ବୋଲି ପୁଟିନ କହିଛନ୍ତି। ସେ ସୂଚାଇ ଦେଇଛନ୍ତି ଯେ ରୁଷିଆ କେବଳ ଭାରତ, ଚାଇନା ଏବଂ ବ୍ରାଜିଲର ମଧ୍ୟସ୍ଥତାକୁ ଗ୍ରହଣ କରିବ।
ସୂଚନାଯୋଗ୍ୟ, ଚଳିତ ବର୍ଷ ଜୁଲାଇରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଯାଇ ରାଷ୍ଟ୍ରପତି ପୁଟିନଙ୍କୁ ଭେଟିଥିଲେ। ୟୁକ୍ରେନ ସହିତ ବିବାଦ ଆରମ୍ଭ ହେବାର ଅଢେଇ ବର୍ଷ ପରେ ଏହି ଗସ୍ତ ହୋଇଥିଲା। ଉଭୟ ନେତା ଯୁଦ୍ଧ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri