Posted inଜାତୀୟ

ପିଲାଙ୍କ ପାଇଁ ୩ କୋଭିଡ୍‌ ଟିକାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୭ା୪: ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ ପିଲାମାନଙ୍କ ଲାଗି ୩ଟି କୋଭିଡ୍‌-୧୯ ଟିକାକୁ ଜରୁରୀ ବ୍ୟବହାର ଲାଗି ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋର୍ବେଭାକ୍ସକୁ ୫ରୁ ୧୨ ବର୍ଷ ବୟସ ବର୍ଗର ପିଲାଙ୍କୁ ଦେବା ଲାଗି ଅନୁମତି ମିଳିଥିବାବେଳେ ଭାରତ ବାୟୋଟେକ୍‌ ପ୍ରସ୍ତୁତ କୋଭାକ୍ସିନ୍‌କୁ ୬ରୁ ୧୨ ବର୍ଷ ବୟସର ପିଲାଙ୍କୁ ଦିଆଯାଇପାରିବ। ଏହା ବ୍ୟତୀତ ୧୨ରୁ ଊର୍ଦ୍ଧ୍ୱ ପିଲାଙ୍କ ନିମନ୍ତେ ଜାଇଡସ୍‌ କାଡିଲା କମ୍ପାନୀ ପ୍ରସ୍ତୁତ ଜାଇକୋଭ୍‌-ଡି ଟିକାକୁ ମଧ୍ୟ ଜରୁରୀ ବ୍ୟବହାର ନିମନ୍ତେ ଅନୁମତି ପ୍ରଦାନ କରାଯାଇଛି।
କେନ୍ଦ୍ରୀୟ ଔଷଧ ମାନ ନିୟନ୍ତ୍ରଣ ସଂଗଠନ (ସିଡିଏସ୍‌ସିଓ)ର ବିଶେଷଜ୍ଞ କମିଟିଙ୍କ ସୁପାରିସ କ୍ରମେ ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୩ ଟିକାକୁ ଅନୁମୋଦନ କରିଛନ୍ତି। ବିଶେଷଜ୍ଞ କମିଟି ଗତ ସପ୍ତାହରେ କମ୍ପାନୀଗୁଡ଼ିକର ଆବେଦନକୁ ସମୀକ୍ଷା କରିବା ପରେ ମଞ୍ଜୁରୀ ନିମନ୍ତେ ସୁପାରିସ କରିଥିଲା। ଜାଇକୋଭ-ଡି ବିଶ୍ୱରେ ମାନବ ବ୍ୟବହାର ନିମନ୍ତେ ପ୍ରସ୍ତୁତ ପ୍ରଥମ ଡିଏନ୍‌ଏ ପ୍ଲାସ୍‌ମିଡ୍‌ ଭାକ୍ସିନ। ଉକ୍ତ ଟିକା ସିରିଞ୍ଜ ବଦଳରେ ଫାର୍ମାଜେଟରେ ଦିଆଯିବ, ଯେଉଁଥିରେ ଛୁଞ୍ଚତ୍ର ବ୍ୟବହାର ହେବ ନାହିଁ। ବର୍ତ୍ତମାନ କୋର୍ବେଭାକ୍ସ ଟିକା ୧୨ରୁ ୧୪ ବର୍ଷର ପିଲାଙ୍କୁ ଦିଆଯାଉଛି। ଗତ ମାର୍ଚ୍ଚ ୧୬ରୁ ଏହି ବୟସବର୍ଗର ପିଲାଙ୍କୁ ଟିକାକରଣ ଆରମ୍ଭ ହୋଇଛି। ସେହିପରି କୋଭାକ୍ସିନ୍‌ ୧୨ରୁ ୧୮ ବର୍ଷର ପିଲାଙ୍କୁ ପ୍ରଦାନ ଲାଗି ଗତବର୍ଷ ଡିସେମ୍ବର ୨୪ରେ ମଞ୍ଜୁରୀ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri