Posted inଖେଳ

ଆଇସିସି ହଲ ଅଫ ଫେମ୍‌ରେ ସେହ୍ବାଗଙ୍କ ସମେତ ୩ କ୍ରିକେଟର…

ନୂଆଦିଲ୍ଲୀ,୧୩।୧୧ : ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ବିରେନ୍ଦର ସେହ୍ବାଗଙ୍କ ସମେତ ତିନିଜଣ ପୂର୍ବତନ କ୍ରିକେଟର ଆଇସିସି ହଲ ଅଫ ଫେମରେ ସ୍ଥାନ ପାଇଛନ୍ତି। ସେହ୍ବାଗଙ୍କ ବ୍ୟତୀତ ଦେଶର ପୂର୍ବତନ ମହିଳା କ୍ରିକେଟର ଡାଏନା ଏଡୁଲଜୀ ମଧ୍ୟ ଏହି ବିଶେଷ ତାଲିକାରେ ସ୍ଥାନ ପାଇଛନ୍ତି। ଏହି ଦୁଇ ଖେଳାଳିଙ୍କ ସହିତ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ଅରବିନ୍ଦ ଡି ସିଲଭାଙ୍କୁ ମଧ୍ୟ ଏକ ବିଶେଷ ସମ୍ମାନରେ ସମ୍ମାନିତ କରାଯାଇଛି।

ଏହା ପ୍ରଥମ ଘଟଣା ନୁହେଁ ଯେ ଭାରତୀୟ ଖେଳାଳିଙ୍କୁ ଏକ ସ୍ବତନ୍ତ୍ର ଆଇସିସି ସମ୍ମାନରେ ସମ୍ମାନିତ କରାଯାଇଛି। ସେହ୍ବାଗ ଏବଂ ଏଡୁଲଜୀଙ୍କ ପୂର୍ବରୁ କ୍ରୀଡ଼ା ଜଗତରେ ‘ଗଡ ଅଫ କ୍ରିକେଟ’ ଭାବରେ ଜଣାଶୁଣା ସଚିନ ତେନ୍ଦୁଲକର ଏବଂ ଭାରତୀୟ ଦଳର ବର୍ତ୍ତମାନର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡଙ୍କୁ ମଧ୍ୟ ଏହି ବିଶେଷ ସମ୍ମାନ ପ୍ରଦାନ କରାଯାଇଛି।

ଆଇସିସି ନିୟମ ଅନୁଯାୟୀ, ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଗ୍ରହଣ କରିବାର ପ୍ରାୟ ସାତ ବର୍ଷ ପରେ କୌଣସି ଖେଳାଳି ଏହି ସମ୍ମାନ ପାଆନ୍ତି। ଏହି କାରଣରୁ ସେହ୍ବାଗଙ୍କୁ ଏହି ସମ୍ମାନ ପାଇବା ପାଇଁ ଦୀର୍ଘ ସମୟ ଅପେକ୍ଷା କରିବାକୁ ପଡିଥିଲା।

ଆଇସିସି ହଲ ଅଫ ଫେମରେ ସମ୍ମାନିତ ହୋଇଥିବା ଡାଏନା ଏଡୁଲଜୀ ଦେଶର ପ୍ରଥମ ମହିଳା କ୍ରିକେଟର ହୋଇଛନ୍ତି। ୨୦୨୩ ପୂର୍ବରୁ ସାତଜଣ ଭାରତୀୟ ଖେଳାଳି ଏହି ବିଶେଷ ସମ୍ମାନ ପାଇଥିଲେ। ବର୍ତ୍ତମାନ ସେହ୍ବାଗ ଏବଂ ଏଡୁଲଜୀଙ୍କ ନାମ ମଧ୍ୟ ଏହି ତାଲିକାରେ ଯୋଡି ହୋଇଛି। ସେହ୍ବାଗ ଅଷ୍ଟମ ଏବଂ ଏଡୁଲଜୀ ହେଉଛନ୍ତି ନବମ ଭାରତୀୟ ଖେଳାଳି ଯିଏକି ଆଇସିସି ହଲ ଅଫ ଫେମ ସମ୍ମାନ ପାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri