ଜବତ ହେଲା ଗଞ୍ଜେଇ ବେପାରୀଙ୍କ ୩ କୋଟି ସମ୍ପତ୍ତି

କଟକ ଅଫିସ,୫ା୧୦: ଗତ ଫେବୃୟାରୀ ୧ ତାରିଖରେ ଓଡ଼ିଶା ପୋଲିସ ୧୪ ଶହ କେଜି ଗଞ୍ଜେଇ ଜବତ କରିବା ସହ ୧୧ଜଣଙ୍କୁ ଗିରଫ କରିଥିଲା । ପରେ ସେମାନଙ୍କୁ ଗିରଫ କରି ଜେଲ ପଠାଯାଇଥିଲା। ଏବେ ନିଶା ମାଫିଆଙ୍କ ଲାଭବାନ ସମ୍ପତ୍ତିକୁ ପୋଲିସ ଜବତ କରିବା ଅଭିଯାନ ଆରମ୍ଭ କରିଛି। କୋଲକାତାର ଅଥରିଟିଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ଗଞ୍ଜେଇ ବେପାର ସହ ସମ୍ପୃକ୍ତ ୧୧ଜଣ ଅଭିଯୁକ୍ତଙ୍କ ୩ କୋଟି ଟଙ୍କାରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇଛି। ଏଥିରେ ଅଭିଯୁକ୍ତଙ୍କ ୫ଟି କୋଠା, ୬ଟି ଗାଡ଼ି, ୧୨ଟି ବ୍ୟାଙ୍କ ଆକାଉଣ୍ଟ ଜବତ ହୋଇଛି। ଏହି ସଫଳତା ପାଇଁ ପୋଲିସ ଡିଜି ମାଲକାନଗିରି ପୋଲିସକୁ ଶୁଭେଚ୍ଛା ଜଣାଇଛନ୍ତି।

ଡିଜିପି ଅଭୟ କହିଛନ୍ତି ଯେ, ଓଡ଼ିଶା ପୋଲିସ ପକ୍ଷରୁ ନିଶା ବିରୋଧୀ ଅଭିଯାନକୁ ତୀବ୍ର କରାଯାଇଛି । ମାଲକାନଗିରି ଜିଲା ଏମ୍‌ଭି-୭୫ ଥାନା ଅଞ୍ଚଳରେ ଗତ ଫେବୃୟାରୀରେ ବିପୁଳ ମାତ୍ରାରେ ଗଞ୍ଜେଇ ଜବତ ହୋଇଥିଲା। ଏବେ କେବଳ ଜେଲ୍‌ ନୁହେଁ ବେଆଇନ୍‌ ସମ୍ପତ୍ତି ମଧ୍ୟ ଜବତ କରାଯିବ ବୋଲି ନିଶା ମାଫିଆଙ୍କୁ ସେ ଚେତାବନୀ ଦେଇଛନ୍ତି। ଏଥିରେ ସମ୍ପୃକ୍ତ ମାଫିଆଙ୍କ ବେଆଇନ୍‌ ସମ୍ପତ୍ତି ଜବତ ପାଇଁ ପୋଲିସ କୋଲକାତା ସ୍ଥିତ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରିଥିଲା। ମଙ୍ଗଳବାର କର୍ତ୍ତୃପକ୍ଷଠାରୁ ଅନୁମତି ମିଳିବା ପରେ ସମ୍ପତ୍ତି ଜବତ କରାଯାଇଛି।
ସୂଚନାଯୋଗ୍ୟ, ପୂର୍ବରୁ ନବରଙ୍ଗପୁର କୋଷଗୁମୁଡ଼ା ଓ ପାପଡ଼ାହାଣ୍ଡି ଥାନା ଅଞ୍ଚଳରେ ଯଥାକ୍ରମେ ୧.୬୫ କୋଟି ଓ ୪.୭୭ କୋଟି ଟଙ୍କାର ସମ୍ପତ୍ତି ଜତବ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri