Posted inଜାତୀୟ

ପିଏମ୍‌ଏଓ୍ବାଇରେ ୩ କୋଟି ଘରକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୧ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ କ୍ୟାବିନେଟ ବୈଠକ ସୋମବାର ଅପରାହ୍ନରେ ତାଙ୍କ ନୂଆଦିଲ୍ଲୀ ବାସଭବନରେ ଅନୁଷ୍ଠିତ ହୋଇଛି। କ୍ୟାବିନେଟର ପ୍ରଥମ ନିଷ୍ପତ୍ତି ଭାବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଗରିବଙ୍କ ପାଇଁ ୩ କୋଟି ଗୃହ ନିର୍ମାଣ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ତାଙ୍କ କାର୍ଯ୍ୟାଳୟରେ ଦାୟିତ୍ୱ ନେବା ସହ ପିଏମ୍‌ କିଷାନ ନିଧି ଯୋଜନାରେ ୯.୩କୋଟି କୃଷକଙ୍କ ପାଖକୁ ୧୭ତମ ସହାୟତା କିସ୍ତି ପଠାଇବା ଫାଇଲରେ ସ୍ବାକ୍ଷର କରିଥିଲେ। ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀଙ୍କ ନୂଆ କ୍ୟାବିନେଟ ଶପଥ ଗ୍ରହଣ କରିଥିଲା। ସହଯୋଗୀ ଏକନାଥ ଶିନ୍ଦେଙ୍କ ଶିବସେନା, ଅଜିତ ପାଓ୍ବାରଙ୍କ ଏନ୍‌ସିପି, ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ ପାର୍ଟି ଏବଂ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ ପକ୍ଷରୁ ବିଭିନ୍ନ ଦାବି ଓ ଅଭିଯୋଗ ମଧ୍ୟରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ବସିଥିଲା। ଶିବସେନା ଅଧିକ କ୍ୟାବିନେଟ ପାହ୍ୟା ଚାହୁଁଥିବାବେଳେ ଅଜିତ ପାଓ୍ବାରଙ୍କ ଦଳ ରାଷ୍ଟ୍ରପାହ୍ୟାକୁ ନେଇ ଅସନ୍ତୁଷ୍ଟ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?