Posted inଜାତୀୟ

‘୩ କୋଟି ଲୋକଙ୍କୁ ମିଳିବ ମାଗଣା ଟିକା’

ନୂଆଦିଲ୍ଲୀ୧୧।୧: ଆସନ୍ତା ୧୬ ତାରିଖରୁ ସମଗ୍ର ଦେଶରେ ଆମ୍ଭର ହେବ କରୋନା ଟିକାକରଣ। ପ୍ରଥମ ପର୍ଯ୍ୟାୟରେ ୩ କୋଟି ଲୋକଙ୍କୁ ମାଗଣାରେ ମିଳିବ କରୋନା ଟିକା। କେନ୍ଦ୍ର ସରକାର ପ୍ରଥମେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଏବଂ କରୋନାର ସମ୍ମୁଖ ଯୋଦ୍ଧା ଯଥା ପୋଲିସ, ସୁରକ୍ଷାକର୍ମୀ ଓ ପରିମଳ ବ୍ୟବସ୍ଥାରେ ଜଡିତ ୩ କୋଟି ଲୋକଙ୍କୁ ଟିକାକରଣ କରିବେ। ସୋମବାର ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। କରୋନା ଟିକାକରଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୩ କୋଟି ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧାକୁ ଟିକା ଦିଆଯିବ। ଏହି ଟିକାକରଣ ପାଇଁ ରାଜ୍ୟ ସରକାରମାନଙ୍କୁ କୌଣସି ଅର୍ଥ ଖର୍ଚ୍ଚ କରିବାକୁ ପଡିବ ନାହିଁ । ଭାରତ ସରକାର ପ୍ରଥମ ପର୍ଯ୍ୟାୟରେ ଟିକା ନେବାକୁ ଥିବା ଲୋକଙ୍କ ପାଇଁ ସବୁ ଅର୍ଥ ବହନ କରିବେ। ଆଗାମୀ କିଛି ମାସ ମଧ୍ୟରେ ୩୦ କୋଟି ଲୋକଙ୍କୁ ଟିକା ଦେବାକୁ ବ୍ୟବସ୍ଥା ହୋଇଛି । ପ୍ରଥମ ପର୍ଯ୍ୟାୟରେ କୌଣସି ଜନପ୍ରତିନିଧି ରହିବେ ନାହିଁ। ୫୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଓ ବହୁବିଧ ରୋଗରେ ଆକ୍ରାନ୍ତ ଥିବା ଲୋକଙ୍କୁ ଟିକା ଦିଆଯିବ। ସୂଚନାଯୋଗ୍ୟ, ଭାରତରେ କୋଭିସିଲ୍ଡ ଓ କୋଭାକ୍ସିନକୁ ଜରୁରୀ କାଳୀନ ବ୍ୟବହାର ପାଇଁ ଅନୁମତି ମିଳିଛି। ଏହା ଉପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ବିଦେଶରେ ମିଳୁଥିବା କରୋନା ଟିକା ଅପେକ୍ଷା ଭାରତରେ ଜରୁରୀ କାଳୀନ ବ୍ୟବହାର ପାଇଁ ଅନୁମତି ପାଇଥିବା ଟିକା ବେଶ ପ୍ରଭାବୀ।


Enter your email to get our daily news in your inbox.

All Right Reserved By Dharitri.Com

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?