୩ କୋଟିର ରାସ୍ତା ୬ ମାସରେ ଖଣ୍ଡ ଖଣ୍ଡ

ପାଟଣା,୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ରାଜନଗର ପଞ୍ଚାୟତ ରାଜନଗର ମଝିସାହିରେ ୬ ମାସ ପୂର୍ବେ ନିର୍ମିତ କଂକ୍ରିଟ୍‌ ରାସ୍ତା ଭାଙ୍ଗି ଗରଗର ହୋଇଯାଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ଏଭଳି ଘଟିଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ। ପରେ ରାସ୍ତା ମରାମତି କରାଯାଇଥିବା ବେଳେ ଲୋକେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।
ଅନୁଯାୟୀ, କେନ୍ଦୁଝର ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଉକ୍ତ ରାସ୍ତାଟି ୬ ମାସ ପୂର୍ବେ ନିର୍ମାଣ ହୋଇଥିଲା। ୬.୮୪୦ କି.ମି. କଂକ୍ରିଟ ରାସ୍ତା ପାଇଁ ୩ କୋଟି ଟଙ୍କା ବ୍ୟୟ ଅଟକଳ ରହିଥିଲା। ନିମ୍ନମାନର କାର୍ଯ୍ୟ ଯୋଗୁ ବୁଧବାର ରାସ୍ତା ଫାଟି ଫାଳଫାଳ ହୋଇଯାଇଥିଲା। ଏହାର ପୁନଃ ନିର୍ମାଣ ସହ କାର୍ଯ୍ୟ କରିଥିବା ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗ୍ରାମର ମହିଳାମାନେ ଦାବି କରିଥିଲେ। ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ତୁରୁମୁଙ୍ଗା ଯନ୍ତ୍ରୀ ଦେବବ୍ରତ ମହାନ୍ତିଙ୍କୁ ପଚାରିବାରୁ ୬ ମାସ ତଳେ ଉକ୍ତ କାର୍ଯ୍ୟଟି ଡିପାର୍ଟମେଣ୍ଟ ତରଫରୁ ଏଜେନ୍ସି ମାଧ୍ୟମରେ ସମ୍ପନ୍ନ ହୋଇଥିଲା। ଶୁଣିବାକୁ ପାଇଲୁ ରାଜନଗର ମଝି ସାହିରେ ପ୍ରଚଣ୍ଡ ଶବ୍ଦ ପରେ କଂକ୍ରିଟ୍‌ ରାସ୍ତାଟି ଫାଟିଯାଇଥିଲା। ଏସ୍‌ଡିଓଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ଗଁାକୁ ଯାଇ ଏହାର ତଦନ୍ତ କରିଥିଲା। ଏୟାର ରହିଥିବାରୁ ଅଢ଼େଇ ମିଟର ରାସ୍ତା ଫାଟିଯାଇଛି। ଗୁରୁବାର ଉକ୍ତ ରାସ୍ତା ମରାମତି କରାଯାଇଥିବା ଯନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri