୧୫ ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ ୩ କୋଟି ଅର୍ଥ ରାଶି ଅନୁମୋଦନ

ଭୁବନେଶ୍ୱର, ୬।୨(ବ୍ୟୁରୋ):‘ମୋ କଲେଜ’ ଅଭିଯାନ ଅନ୍ତର୍ଗତ ପ୍ରକଳ୍ପ ଅନୁଦାନ କାର୍ଯ୍ୟକ୍ରମରେ ରବିବାର ୧୫ଟି ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ମୋଟ ୩ କୋଟି ୬୦ ଲକ୍ଷ ୩୪ ହଜାର ୫୫୪ ଟଙ୍କାର ଅର୍ଥ ରାଶି ଅନୁମୋଦନ କରାଯାଇଛି। ଏଥିରେ ଭୁବନେଶ୍ୱରର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ସହ ୧୩ଟି ମହାବିଦ୍ୟାଳୟ ରହିଛି। ରମାଦେବୀ ବିଶ୍ୱବିଦ୍ୟାଳୟରେ ଛାତ୍ରୀଙ୍କ ପାଇଁ ରିପୋଗ୍ରାଫିକ ସେଣ୍ଟର ସଂସ୍ଥାପନ, ହିନ୍ଦୀ ବିଭାଗର ୧୦୦ ଛାତ୍ରୀଙ୍କ ପାଇଁ ସ୍ମାର୍ଟ କ୍ଲାସ୍‌ ରୁମ ଓ ଦୃଷ୍ଟିବାଧିତ ଛାତ୍ରୀଙ୍କ ପାଇଁ ଶିକ୍ଷା ସୁବିଧା ସୁଯୋଗର ବୃଦ୍ଧି କରାଯିବ। ସେହିପରି ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଡକ୍ଟର ନାରାୟଣୀ ପଣ୍ଡା ଆଇଟି କୌଶଳ ସେଣ୍ଟରର ନିର୍ମାଣ କରାଯିବ। ଅନ୍ୟପକ୍ଷରେ ସମ୍ପୃକ୍ତ ମହାବିଦ୍ୟାଳୟଗୁଡ଼ିକ ହେଲା ଯାଜପୁର ଧର୍ମଶାଳା ମହାବିଦ୍ୟାଳୟ, ପିପିଲି ମହାବିଦ୍ୟାଳୟ, ଖୋର୍ଦ୍ଧା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ, ମୟୁରଭଞ୍ଜର ରୋହିଦାସ ସୋରେନ ଡିଗ୍ରୀ ମହାବିଦ୍ୟାଳୟ, ସମ୍ବଲପୁରର ବୁର୍ଲା ଏନ୍‌ଏସି (ଡିଗ୍ରୀ) ମହାବିଦ୍ୟାଳୟ, ବରଗଡର ମହାତ୍ମା ଡିଗ୍ରୀ ମହାବିଦ୍ୟାଳୟ, ଗଞ୍ଜାମର ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ, ଗଞ୍ଜାମ ମହାବିଦ୍ୟାଳୟ, କଟକ ବାଙ୍କିର ରାଣୀ ସୁକଦେଇ ମହିଳା ଡିଗ୍ରୀ ମହାବିଦ୍ୟାଳୟ, ଜଗତସିଂହପୁରର ଅଳକା ଡିଗ୍ରୀ ମହାବିଦ୍ୟାଳୟ, କେନ୍ଦୁଝରର ପିପିଲିଆ ସ୍ଥିତ ଲକ୍ଷ୍ମୀ ନାରାୟଣ ଡିଗ୍ରୀ ମହାବିଦ୍ୟାଳୟ, ଅନୁଗୋଳର ଷୋଳପଡ଼ା ଡିଗ୍ରୀ ମହାବିଦ୍ୟାଳୟ ଏବଂ ବୋଇଣ୍ଡା ସ୍ଥିତ ଜନତା କଲେଜ। ଏ ସମସ୍ତ ମହାବିଦ୍ୟାଳୟରେ କେଉଁ ସବୁ କାର୍ଯ୍ୟ କରାଯିବ ସେ ସବୁର ମଧ୍ୟ ଚୂଡ଼ାନ୍ତ ଚିଠା ପ୍ରସ୍ତୁତ ହୋଇସାରିଛି। କେଉଁଠି ଶ୍ରେଣୀଗୃହ ତ’ ଆଉ କେଉଁଠି କମ୍ପ୍ୟୁଟର ଲ୍ୟାବ୍‌, ଖେଳପଡ଼ିଆ, ଲାଇବ୍ରେରୀ, ସ୍ମାର୍ଟ କ୍ଲାସ୍‌ରୁମ୍‌, ବେଞ୍ଚ ଏବଂ ଡେସ୍କର କ୍ରୟ, ବଗିଚାର ସୌନ୍ଦର୍ଯ୍ୟକରଣ, ସମ୍ମିଳନୀ କକ୍ଷ ପାଇଁ ବିଭିନ୍ନ ଉପକରଣର ମରାମତି ଆଦି କାର୍ଯ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri