ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ଯୁକ୍ତ ୩ କଟ୍‌ଅଫ୍‌ ମାର୍କ

ଭୁବନେଶ୍ୱର,୯।୯(ବ୍ୟୁରୋ): ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଛି। ଏହି ତାଲିକାରେ ସବୁଠୁ ଆଗରେ ରହିଛି ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ। ଭୂଗୋଳରେ କଟ୍‌ଅଫ୍‌ ମାର୍କ ୯୫.୨୦ ଥିବାବେଳେ, ପଦାର୍ଥ ବିଜ୍ଞାନରେ ୯୬.୪୦, ପ୍ରାଣୀ ବିଜ୍ଞାନରେ ୯୬.୪୦ ଏବଂ ବାଣିଜ୍ୟରେ ୯୨ ପ୍ରତିଶତ କଟ୍‌ଅଫ୍‌ ମାର୍କ ରହିଛି।

ପ୍ରଥମ ପର୍ଯ୍ୟାୟରେ ଯୁକ୍ତ ୩ରେ ନାମ ଲେଖାଇବା ପାଇଁ ୧ଲକ୍ଷ ୬୮ହଜାର ୫୩୭ଜଣ ଛାତ୍ରୀଛାତ୍ର ଚୟନ ହୋଇଛନ୍ତି। ରାଜ୍ୟର ଯୁକ୍ତ ୩ କଲେଜଗୁଡିରେ ମୋଟ୍‌ ୨ଲକ୍ଷ ୪୯ହଜାର ୫୩୯ ସିଟ୍‌ ଥିବାବେଳେ ୨ଲକ୍ଷ ୪୪ହଜାର ୨୫୨ଜଣ ପିଲା ଆବେଦନ କରିଛନ୍ତି। ନାମଲେଖା ପାଇଁ ଛାତ୍ରୀଛାତ୍ରମାନେ ଗତ ଅଗଷ୍ଟ ୨୦ ତାରିଖ ସକାଳ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ ଆବେଦନ କରିଥିଲେ।

ପୂର୍ବ ସୂଚନା ଅନୁଯାୟୀ ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଛାତ୍ରୀଛାତ୍ରମାନେ ସେପ୍ଟେମ୍ବର ୯ରୁ ୧୪ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ସାମ୍‌ସ ପୋର୍ଟାଲରେ ଅନଲାଇନ୍‌ ଫି ଦାଖଲ କରିପାରିବେ। ପ୍ରଥମ ପର୍ଯ୍ୟାୟ ଆଡ୍‌ମିସନ ପ୍ରକ୍ରିୟା ସେପ୍ଟେମ୍ବର ୧୬ରେ ଶେଷ ହେବ । ୨୧ରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri