୩ଦିନ ହିଟ୍‌ ଓ୍ବେଭ୍‌, ଏସବୁ ଜିଲାରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି

ଭୁବନେଶ୍ୱର,୨୮ା୩ : ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଗୁରୁବାର ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ୍‌ ନିକଟବର୍ତ୍ତୀ ହୋଇଥିଲା। ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୪୧.୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିଲା। ବଲାଙ୍ଗୀରରେ ୪୦.୮ ଡିଗ୍ରୀ, ବୌଦ୍ଧରେ ୪୦.୫ ଡିଗ୍ରୀ, ସୋନପୁରରେ ୪୦.୨ ଡିଗ୍ରୀ, ହୀରାକୁଦରେ ୪୦.୧ ଡିଗ୍ରୀ ତାପମାତ୍ରା ରହିଥିଲା। ତେବେ ଆସନ୍ତା ୩ଦିନ ହିଟ୍‌ ଓ୍ବେଭ୍‌ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉଭୟ ଦିନ ଓ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ଶୁକ୍ରବାର ସମ୍ବଲପୁର ଓ ବୌଦ୍ଧରେ ହିଟ୍‌ଓ୍ବେଭ୍‌ ଜନଜୀବନକୁ ବିଶେଷ ପ୍ରଭାବିତ କରିପାରେ ଓ ଏଥିପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୯ ତାରିଖ ବେଳକୁ ହିଟ୍‌ଓ୍ବେଭ୍‌ ପରିମାଣ ବଢ଼ିବାକୁ ଥିବାବେଳେ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ୩୦ ତାରିଖରେ ଏହି ସବୁ ଜିଲା ସହ ବରଗଡ଼ ଓ ସୁନ୍ଦରଗଡ଼ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏପ୍ରିଲ ୨ରେ ବିଭିନ୍ନ ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା

ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି।…

ବଢ଼ିଲା ସ୍କୁଲ ଛୁଟି ଅବଧି

ସମ୍ବଲପୁର,୨୧।୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।…

କେନ୍ଦ୍ରୀୟ ବିଦ୍ୟାଳୟର ଅଭିନବ ପ୍ରୟାସ: ଜନ୍ମଦିନରେ ଛାତ୍ର କଲେ ଏମିତି କାମ

ଭଞ୍ଜନଗର,୨୨/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ସମୟରେ କିଛି ନୂଆ ନୂଆ ପଦକ୍ଷେପ ନେଉଛନ୍ତି।…

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ…

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ…

ବସ ଚକ ତଳେ ପଶିଗଲେ ବାଇକ ଆରୋହୀ: ଭୟଙ୍କର ଦୁର୍ଘଟଣା ସିସିଟିଭିରେ କଏଦ, ଜାଣନ୍ତୁ କ’ଣ ହେଲା

ବଲାଙ୍ଗୀର,୨୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା।…

କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ ହେଉ: ୨୦ ଦଫା ଦାବି ନେଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କଲେ କଳାହାଣ୍ଡି ଏମପି

କେସିଙ୍ଗା,୨୨।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଳବିକା ଦେବୀ ବିଭିନ୍ନ ୨୦ ଦଫା ଦାବି ନେଇ ରେଳମନ୍ତ୍ରୀ ଅଶ୍ୱନି ବୈଷ୍ଣବଙ୍କୁ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସାକ୍ଷାତ କରିଛନ୍ତି। ପ୍ରଥମେ…

ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…

ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri