୩ଦିନ ହିଟ୍‌ ଓ୍ବେଭ୍‌, ୨୪ରୁ ବର୍ଷା

ଭୁବନେଶ୍ୱର, ୨୧।୫(ଅସମାପିକା ସାହୁ):ଅସହ୍ୟ ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡୁଛି ରାଜ୍ୟର ଜନଜୀବନ। ତାପମାତ୍ରା ପୁଣି ୪୨ ଡିଗ୍ରୀ ଡେଇଁଥିବାବେଳେ ଆସନ୍ତା ୩ଦିନ ହେବାକୁ ଥିବା ହିଟ୍‌ ଓ୍ବେଭ୍‌କୁ ନେଇ ଚିନ୍ତା ବଢ଼ିଛି। ଏପରିସ୍ଥିତିରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୨ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବାରୁ ତାତିରୁ ଆଶ୍ୱସ୍ତି ମିଳିବା ନେଇ ଆଶା କରାଯାଉଛି। ତେବେ ଲଘୁଚାପ ସୃଷ୍ଟି ହେବା ପରେ ପ୍ରଥମେ ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହିତ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଫଳରେ ୨୪ ଓ ୨୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାରେ ଅଧିକ ବର୍ଷିବ। କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏ ନେଇ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ୨୪ରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ କଟକ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ଏବଂ ଜଗତ୍‌ସିଂହପୁର, ଯାଜପୁର, କଟକ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ। ଏହି କାରଣରୁ ୨୩ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କି.ମି. ରହିବା ସହିତ ଝଟ୍‌କା ପବନର ବେଗ ୬୦କିମି ରହିବା ଆଶଙ୍କା ରହିଛି। ସେହିଭଳି ୨୪ ତାରିଖ ସକାଳୁ ଏହାର ପ୍ରଭାବ ଉତ୍ତର ବଙ୍ଗୋପସାଗରରେ ମଧ୍ୟ ରହିବ। ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦କି.ମି. ଓ ଝଟ୍‌କା ପବନର ବେଗ ୭୦କି.ମି. ରହିବ ବୋଲି ଆକଳନ କରାଯାଇଥିବା ମହାନ୍ତି ସୂଚନା ଦେଇଛନ୍ତି। ସେହିଭଳି ୨୩ ତାରିଖ ସକାଳୁ ସମୁଦ୍ର ମୁଖ୍ୟତଃ ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଏବଂ ୨୪ ତାରିଖରେ ଉତ୍ତର ବଙ୍ଗୋପସାଗରକୁ ପ୍ରବେଶ ନ କରିବା ପାଇଁ କୁହାଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ୨୩ ତାରିଖ ସୁଦ୍ଧା ଉପକୂଳକୁ ଫେରିଆସିବା ପାଇଁ ପରାମର୍ଶ ଦିଆଯାଇଛି।
ଏପଟେ ରବିବାର ତିନୋଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବାବେଳେ ସୋମବାର ୧୦ ସହରରେ ପାରଦ ୪୦ ଛୁଇଁଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାର ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୪୨.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୧୦ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରହିଥିଲା। ସମ୍ବଲପୁରରେ ୪୨, ସୁନ୍ଦରଗଡ଼ ୪୧.୭, ହୀରାକୁଦ ୪୧.୬, ବଲାଙ୍ଗୀର ୪୧.୨, ବୌଦ୍ଧ ଓ ଖୋର୍ଦ୍ଧାରେ ୪୧, ନୂଆପଡ଼ା ୪୦.୪, ଭବାନିପାଟଣା ଓ କେନ୍ଦୁଝରରେ ୪୦ ଡିଗ୍ରୀ ତାପମାତ୍ରା ରହିଥିଲା। ଉପକୂଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଉଷ୍ମଆର୍ଦ୍ର ସ୍ଥିତି ଜାରି ରହିଛି। ଆଗାମୀ ୩ ଦିନ ମଧ୍ୟରେ ଆହୁରି ୨ରୁ ୩ ଡିଗ୍ରୀ ଯାଏ ତାତି ବଢ଼ିବା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେଣୁ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ କିଛି ଜିଲାକୁ ହିଟ୍‌ଓ୍ବେଭ୍‌ ନେଇ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?