ଆଜିଠୁ ୩ ଦିନିଆ ସାମୁଦ୍ରିକ ସମାରୋହ

ଭୁବନେଶ୍ୱର, ୧୭।୧୦: ଗ୍ଲୋବାଲ ମେରିଟାଇମ୍‌ ଇଣ୍ଡିଆ ଶିଖର ସମ୍ମିଳନୀ (ନୂଆଦିଲ୍ଲୀ,୧୬।୧୦: ଚଳିତ ବର୍ଷ ଅକ୍ଟୋବର ୧୭ ରୁ ୧୯ ତାରିଖ ପର୍ଯ୍ୟନ୍ତ ମୁମ୍ବାଇର ଏମ୍‌ଏମ୍‌ଆର୍‌ଡିଏ ପଡ଼ିଆଠାରେ ଅନୁଷ୍ଠିତ ହେବାକୁ ଥିବା ଗ୍ଲୋବାଲ ମେରିଟାଇମ୍‌ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ (ଜିଏମ୍‌ଆଇଏସ୍‌-୨୦୨୩)ର ତୃତୀୟ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କରିବେ। ବିଶେଷକରି ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟ ଦ୍ୱାରା ୩ ଦିନିଆ ସର୍ବବୃହତ ସାମୁଦ୍ରିକ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଏପରିକି ଭବିଷ୍ୟତର ବନ୍ଦର, ଅଙ୍ଗାରକାମ୍ଳ ନିର୍ଗମନ ହ୍ରାସ, ଉପକୂଳ ଜାହାଜ ଚଳାଚଳ ଏବଂ ଆଇଡବ୍ଲ୍ୟୁଟି, ଜାହାଜ ନିର୍ମାଣ, ମରାମତି ଏବଂ ରିସାଇକ୍ଲିଂ, ଅର୍ଥ, ବୀମା ଏବଂ ମଧ୍ୟସ୍ଥତା, ସାମୁଦ୍ରିକ କ୍ଲଷ୍ଟର, ଉଦ୍ଭାବନ ଏବଂ ପ୍ରଯୁକ୍ତିବିଦ୍ୟା, ସାମୁଦ୍ରିକ ନିରାପତ୍ତା ଓ ସୁରକ୍ଷା ଏବଂ ସାମୁଦ୍ରିକ ପର୍ଯ୍ୟଟନ ଆଦି ବିଷୟବସ୍ତୁ ଉପରେ ବିସ୍ତୃତ ଆଲୋଚନା ସହ ଅଧିବେଶନର ଆୟୋଜନ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ସେହିଭଳି ଉଦ୍‌ଘାଟନୀ ଅଧିବେଶନରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅପରପକ୍ଷରେ ସମ୍ମିଳନୀର ଅଧିବେଶନରେ ଆର୍ମେନିଆ, ବାଂଲାଦେଶ, ବେଲାରୁସ୍‌, କୋମୋରୋସ୍‌, ଇରାନ, ଇଟାଲୀ, ଶ୍ରୀଲଙ୍କା, ତାଞ୍ଜାନିଆ, ତୁର୍କମେନିସ୍ତାନ, ଉଜବେକିସ୍ତାନ, ସ୍ପେନ୍‌ ଏବଂ ନେପାଳ ସମେତ ୧୨ଟି ଦେଶର ମନ୍ତ୍ରୀମାନେ ମଧ୍ୟ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଭାରତର ୧୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୬ଜଣ ରାଜ୍ୟ ମନ୍ତ୍ରୀ ଓ ଉପରାଜ୍ୟପାଳ ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri